Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାତ୍ୟାକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି, ସବୁ ସ୍କୁଲ-କଲେଜ ଛୁଟି

ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି।

୨୭ ତାରିଖ ଓରେଞ୍ଜ ଓ୍ବାରନିଙ୍ଗ ଓ ୨୮ ତାରିଖ ରେଡ୍ ଆଲର୍ଟ ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନର ବହିବାର ସମ୍ଭାବନା ଥିବାରୁ ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ଗଜପତିରେ କାଲି ଠାରୁ ୪ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ