Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶୀତଳଷଷ୍ଠୀ ଯାତ୍ରାକୁ ଆଗେଇ ନେବାରେ ଜଗଦୀଶ ପଣ୍ଡାଙ୍କ ଅବଦାନ ଥିଲା ଅତୁଳନୀୟ – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁରର ‘ଶ୍ରୀ ଜାଗେଶ୍ୱର ବାବା ଶୀତଳଷଷ୍ଠୀ ଯାତ୍ରା କମିଟି, ମୁଦିପଡ଼ା’ର ସଭାପତି ଜଗଦୀଶ ପଣ୍ଡାଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ବିଜେପି କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ଙ୍କ ଜରିଆରେ ଦେଇଥିବା ପ୍ରେସ ବାର୍ତ୍ତା ରେ ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଜଗଦୀଶ ପଣ୍ଡାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ମୁଦିପଡ଼ାର ପାରମ୍ପରିକ ଶୀତଳଷଷ୍ଠୀ ଯାତ୍ରାକୁ ଆଗେଇ ନେବାରେ ତାଙ୍କର ଅବଦାନ ଥିଲା ଅତୁଳନୀୟ । ତାଙ୍କର ବିୟୋଗ ମୁଦିପଡ଼ା ସମେତ ସମ୍ବଲପୁର ପାଇଁ ଏକ ଅପୂରଣୀୟ କ୍ଷତି । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ