Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅଚାନକ ଜଳ ସମ୍ପଦ ବିଭାଗରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ତା ପରେ…

ଅଚାନକ ଜଳ ସମ୍ପଦ ବିଭାଗରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ତା ପରେ…ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗରେ ଅଚାନକ ପହଞ୍ଚି କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ ମହଲାସ୍ଥିତ State Hydrological Data Center ଯାଇ ରାଜ୍ୟରେ ବିଭିନ୍ନ ଜଳ ଭଣ୍ଡାର ଓ ନଦୀ ଗୁଡିକରେ ଜଳ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉପବିଭାଗ ପରିଦର୍ଶନ କରି ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ କର୍ମଚାରୀମାନଙ୍କ ସହିତ ଆଲୋଚନା କରିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୨୯-୩୦ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଚାଷ ଜମିକୁ ଜଳସେଚନ କରାଯିବାର ଲକ୍ଷ୍ୟ ରଖାଯାଇଛି। ଏଥି ସହିତ କେନାଲର ଶେଷ ମୁଣ୍ଡ ପର୍ଯ୍ୟନ୍ତ ଜଳ ପହଞ୍ଚାଇବାକୁ ଆମେ ସୁନିଶ୍ଚିତ କରୁଛୁ। ଏହାକୁ ଦୃଷ୍ଟିରେ ରଖି ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କାର୍ଯ୍ୟାଳୟରେ ପରିଣତ କରାଯିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ