Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୀତବାସ ହତ୍ୟା ମାମଲାରେ ବ୍ରହ୍ମପୁର ଏସପିଙ୍କ ହାଇକୋର୍ଟରେ ବିଚାରାଧୀନ ଥିବା ଏକ ନିର୍ବାଚନୀ ମାମଲା ପ୍ରସଙ୍ଗରେ ମନ୍ତବ୍ୟକୁ ନେଇ ହାଇକୋର୍ଟ ଖପ୍ପା

ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ଏସପିଙ୍କ ଏକ ମନ୍ତବ୍ୟକୁ ନେଇ ହାଇକୋର୍ଟ ଖପ୍ପା ହୋଇଛନ୍ତି। ଘଟଣାର ପର୍ଦ୍ଦାଫାଶ ସମୟରେ ହାଇକୋର୍ଟରେ ବିଚାରାଧୀନ ଥିବା ଏକ ନିର୍ବାଚନୀ ମାମଲା ପ୍ରସଙ୍ଗରେ ଏସପି ମନ୍ତବ୍ୟ ଦେବା ପରେ ତାଙ୍କ ପାଇଁ ନୂଆ ଅଡୁଆ ସୃଷ୍ଟି ହୋଇଛି। ଏହି ମନ୍ତବ୍ୟକୁ ହାଇକୋର୍ଟ ନାପସନ୍ଦ କରିବା ସହିତ ଏସପିଙ୍କୁ ରିପୋର୍ଟ ତଲବ କରିଛନ୍ତି।

ଏସପିଙ୍କ ଟିପ୍ପଣୀକୁ ଅଦାଲତ ଅବମାନନା ଭାବେ କାହିଁକି ବିବେଚନା କରା ନ ଯିବ ବୋଲି ଉଚ୍ଚ ନ୍ୟାୟାଳୟ ପ୍ରଶ୍ନ କରିଛନ୍ତି। ତେଣୁ ଆସନ୍ତା ୭ ତାରିଖ ମଧ୍ୟରେ ଜବାବ ଦାଖଲ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ଏସପିଙ୍କୁ ନିର୍ଦେଶ ଜାରି କରାଯାଇଛି।

ସୂଚନାଯୋଗ୍ୟ, ପୀତବାସ ହତ୍ୟା ମାମଲାର ସାମ୍ବାଦିକ ସମ୍ମିଳନୀରେ ଏସପି ନିର୍ବାଚନ ମାମଲା କଥା ଉଠାଇଥିଲେ। ବିକ୍ରମ ପଣ୍ଡା ଏବଂ ଶିବଶଙ୍କର ଦାସଙ୍କ ମଧ୍ୟରେ କମନ୍‌ ଲିଙ୍କ ଥିବା ନେଇ ଏସପି ଟିପ୍ପଣୀ ଦେଇଥିଲେ। ଏସପି କହିଥିଲେ, ଏହି କମନ ଲିଙ୍କ୍‌ ଥିଲା ସ୍ଥାନୀୟ ବିଧାୟକଙ୍କ ବିରୋଧରେ ଦାୟର ହୋଇଥିବା ନିର୍ବାଚନୀ ମାମଲା। ଶିବଶଙ୍କର ମାମଲା କରିଥିଲେ, ବିକ୍ରମ ଖର୍ଚ୍ଚ ବହନ କରୁଥିଲେ। ଏସପିଙ୍କ ଏହି ଟିପ୍ପଣୀ ତାଙ୍କ ପାଇଁ ଅଡୁଆ ସୃଷ୍ଟି କରିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ