ଆଜି କାର୍ତ୍ତିକ ପୂର୍ଣ୍ଣିମା; ମହାପ୍ରଭୁଙ୍କ ଦୁର୍ଲ୍ଲଭ ରାଜାରାଜେଶ୍ୱର ବେଶ…
ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ଦୁର୍ଲ୍ଲଭ ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି ।
ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ମନ୍ଦିରରେ ଲକ୍ଷ ଲକ୍ଷ ଭକ୍ତଙ୍କ ପ୍ରବଳ ଗହଳି ଲାଗିଛି। ପଞ୍ଚୁକରେ ପ୍ରବଳ ଭିଡ଼କୁ ଲକ୍ଷ କରି ପ୍ରଶାସନ ଓ ପୁଲସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏପରିକି ଶ୍ରଦ୍ଧାଳୁଙ୍କ ପାଇଁ ସିଂହଦ୍ୱାର ଦେଇ ପ୍ରବେଶ ବ୍ୟବସ୍ଥା କରାଯାଇଥିବା ବେଳେ ତିନି ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି ।

