Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରାଦୀପ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ। ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପତାକା ଦେଖାଇ ସାଧବ ପୁଅଙ୍କୁ ମେଲାଣି ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୋଇତ ବନ୍ଦାଣ ଓ ବାଲିଯାତ୍ରା ମାତ୍ର ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବମାନଙ୍କ ଦୁଃସାହସିକ ମନୋବଳର ପ୍ରତୀକ। ୨୦୧୫ ମସିହାରେ ୭୧ ନିୟୁତ ଟନ୍ ପଣ୍ୟ ପରିବହନ କ୍ଷମତା ଥିଲା ଏହି ବନ୍ଦରର। ଯାହା ବଢ଼ି ୨୦୨୫ରେ ୧୫୦ ନିୟୁତ ଟନ୍‌କୁ ପହଞ୍ଚିଛି। “ମାରି-ଟାଇମ ଇଣ୍ଡିଆ ଭିଜନ ୨୦୩୦” ଅନୁସାରେ ବାର୍ଷିକ ୩୦୦ ନିୟୁତ ଟନ୍ ଓ “ବିକଶିତ ଭାରତ ୨୦୪୭” ଯୋଜନା ଅନୁଯାୟୀ ୫୦୦ ନିୟୁତ ଟନ୍ ପର୍ୟ୍ୟନ୍ତ ପଣ୍ୟ ପରିବହନ କ୍ଷମତା ସହିତ ପାରାଦୀପ ବନ୍ଦରକୁ ଏକ ମେଗା ପୋର୍ଟ ଭାବେ ଗଢ଼ାଯିବ।

ଆହୁରି ମଧ୍ୟ “ମୋଦୀଜୀଙ୍କ ଦୃଢ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି ଓ ‘ମାରି-ଟାଇମ୍ ଅମୃତକାଲ୍ ଭିଜନ ୨୦୪୭’ ଅନୁଯାୟୀ ଦେଶର ବନ୍ଦରମାନେ ବିଶ୍ୱସ୍ତରୀୟ ହେବେ” ବୋଲି ସେ କହିଥିଲେ। ଏତଦ୍‌ବ୍ୟତୀତ ପାରାଦୀପରେ ଏକ ଏୟାରପୋର୍ଟ କରିବା ପାଇଁ ସରକାର ଏବେ ଯାଞ୍ଚ କରୁଛନ୍ତି। ଖୁବଶୀଘ୍ର ଏହି ଏୟାରପୋର୍ଟ ପାଇଁ ଘୋଷଣା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ