Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁରୀ ଗୁଣ୍ଡିଚା ମନ୍ଦିର ଦଳାଚକଟା; ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ପୁରୀ: ପୁରୀ ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ କରାଯାଇଛି। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ କରାଯାଇଛି।

କାର୍ଯ୍ୟରେ ଅବହେଳା ପାଇଁ ଏହି ପୋଲିସ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଗୃହ ବିଭାଗ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛି । ୭ଜଣ ପୁଲିସ ଅଧିକାରୀ କାର୍ଯ୍ୟରେ ଅବହେଳା କରିଥିବା କୁହାଯାଇଛି। ସେମାନଙ୍କ ମଧ୍ୟରେ ରହିଛନ୍ତି କମାଣ୍ଡାଣ୍ଟ ଅଜୟ କୁମାର ପାଢ଼ୀ, ଡିସିପି ବିଷ୍ଣୁପ୍ରସାଦ ପତି, କମାଣ୍ଡାଣ୍ଟ ତାପସ ଦାସ, କେ କେ ନାୟକ, ଡିଏସପି ପ୍ରଶାନ୍ତ ସାହୁ, ସୁଶାନ୍ତ ସାହୁ, କମାଣ୍ଡାଣ୍ଟ ସାରଦା ଦାସ ।

୨୦୨୫ ମସିହା ଜୁନ୍ ୨୯ ତାରିଖରେ ରଥଯାତ୍ରା ସମୟରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟା ହୋଇଥିଲା। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ