Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦିଲ୍ଲୀ ବିସ୍ଫୋରଣ ଘଟଣା, ସମୀକ୍ଷା କରିବେ ଗୃହମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ,11।11: ଗତକାଲି ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ। ବିସ୍ଫୋରଣ ପରେ ସ୍ଥିତିର ସମୀକ୍ଷା ପାଇଁ ଶାହଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ।

ଗୃହ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ, ଏନ୍‌ଆଇଏ ଡିଜି, ଦିଲ୍ଲୀ ପୋଲିସ କମିଶନର ପ୍ରମୁଖ ମାନ ଏହି ବୈଠକରେ ଉପସ୍ଥିତ ଅଛନ୍ତି। ଏବଂ ଭର୍ଚୁଆଲରେ ଉପସ୍ଥିତ ଅଛନ୍ତି ଜାମ୍ମୁ-କାଶ୍ମୀର ପୁଲିସ୍‌ ଡିଜି। ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଦିଲ୍ଲୀ ଲାଲକିଲ୍ଲା ନିକଟସ୍ଥ ସୁଭାଷ ମାର୍ଗ ଟ୍ରାଫିକ୍‌ ସିଗନାଲ ନିକଟରେ ଏକ ହୁଣ୍ଡାଇ ଆଇ ୨୦ କାର୍‌ ବିସ୍ଫୋରଣ ହୋଇଛି। ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୧୩କୁ ବୃଦ୍ଧି ପାଇଛି। ଏଥିରେ ପ୍ରାୟ ୨୪ ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ପୁରୁଣା ଦିଲ୍ଲୀର ଲାଲ୍‌ କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ୧ ନମ୍ବର ଗେଟ ପାଖରେ କାରରେ ଭୟଙ୍କର ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଏହାର ମାଷ୍ଟରମାଇଣ୍ଡ ଡାକ୍ତର ଉମର ଥିବା ନେଇ ଅନୁମାନ କରାଯାଉଛି ତେବେ ବିସ୍ଫୋରଣର କାରଣ ସ୍ପଷ୍ଟ ଜଣାପଡ଼ି ନାହିଁ। ବିସ୍ଫୋରଣ ପରେ ଅନ୍ୟ ୩ଟି କାରରେ ନିଆଁ ଲାଗିଯାଇଥିଲା। ମାତ୍ର ବିସ୍ଫୋରଣ ଯୋଗୁ ପ୍ରାୟ ଆଖପାଖରେ ଥିବା ୨୦ରୁ ଅଧିକ ଯାନବାହନ କ୍ଷତିଗ୍ରସ୍ତ ହୋଇଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ