Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୨୦ରୁ ଖରିଫ ଧାନକିଣା ଆରମ୍ଭ

ଭୁବନେଶ୍ବର: ଆସନ୍ତା ୨୦ ତାରିଖରୁ ଖରିଫ ଧାନକିଣା ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ।

ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ସୂଚନା ଅନୁଯାୟୀ, ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତ୍ତି ହୋଇଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି କରାଯିବ। ଅପରପକ୍ଷରେ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଚଳିତ ବର୍ଷ ରାଜ୍ୟ ସରକାର ୯୩ ଲକ୍ଷ ମେଟ୍ରିକ ଟନ୍ ଧାନ କିଣିବେ। ନଭେମ୍ବରରୁ ମାର୍ଚ୍ଚ ପର୍ଯ୍ୟନ୍ତ ଖରିଫ ଧାନ ଏବଂ ମେ’ରୁ ଜୁନ୍ ପର୍ଯ୍ୟନ୍ତ ରବି ଧାନ କିଣାଯିବ । ସେହିପରି ଚଳିତ ଆର୍ଥିକ ବର୍ଷରେ ୮୦ ସମବାୟ ସମିତିରେ ୨୦୦ ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଗୋଦାମ ଗୃହ ନିର୍ମାଣ ପାଇଁ ୨୦ କୋଟିର ବ୍ୟୟବରାଦ ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ