Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ରେ ଅବପାତର ରୂପ ନେବ

ଭୁବନେଶ୍ବର ୨୦।୧୧: ବାତ୍ୟା ମୋନ୍ଥା ଯାଇଛିକି ନାଇଁ ପୁଣି ସୃଷ୍ଟି ହୋଇଛି ଘୁର୍ଣ୍ଣିବଳୟ | ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ୨୪ ତାରିଖକୁ ଅବପାତର ରୂପରେ ପରିଣତ ହୋଇପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଅବପାତ ଅଧିକ ଘନୀଭୂତ ହେବାକୁ ପାଗ ଅନୁକୂଳ ରହିଛି । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଛନ୍ତି ।

ପାଣିପାଗ ବିଜ୍ଞାନୀ ଲେଖିଛନ୍ତି ଯେ, ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ରହିଛି । ତେବେ ଏହାର ପ୍ରଭାବରେ, ୨୨ ନଭେମ୍ବର ପାଖାପାଖି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।
ପରବର୍ତ୍ତୀ ସମୟରେ, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ | ଏବଂ ୨୪ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟ ଭାଗରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ