Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଳାପଥର ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବିଶ୍ଵ ଏଡସ ଦିବସ ପାଳିତ

ଉଲୁଣ୍ଡା : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର କଳାପଥର ସ୍ଥିତ ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଯୁବ ରେଡ଼କ୍ରସ ଏବଂ ରେଡରିବନ କ୍ଲବର ମିଳିତ ଆନୁକୂଲ୍ୟରେ ଆଜି ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ଆଲୋଚନା ଚକ୍ର ବିଦ୍ୟାଳୟର ଅଧ୍ୟକ୍ଷl ଶ୍ରୀମତୀ ସରସ୍ବତୀ ଦାସଙ୍କ ସଭାପତିତ୍ୱରେ ତଥା ରେଡ଼କ୍ରସ କାଉନସିଲର କିଶୋର କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା l ସୋମବାର ଅଧ୍ୟକ୍ଷl ଶ୍ରୀମତୀ ଦାସ ଏଡ଼ସର କାରଣ ଓ ନିରାକରଣ ଉପରେ ମତବ୍ୟକ୍ତ କରିଥିଲେ I କାଉନସିଲର ଏହି ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଅଭିଭାଷଣ ରଖିଥିଲେ l ଏହି ଦିବସ ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଏହାପରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏକ ସଚେତନତା ମୂଳକ ରାଲି ଓ ହ୍ୟୁମାନ ଚେନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟାପକ ରାମ ପଧାନ, ସୁଧାଂଶୁ ଶେଖର ପଧାନ , ଶଶlଙ୍କ ଶେଖର ସୁଆର , ଅଧ୍ୟାପିକା ପ୍ରତିମା ବାରିକ ଓ ରିଙ୍କି ଗଡୁଆ ତଥା ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ l ଶେଷରେ ଇଂରାଜୀ ବିଭାଗର ଅଧ୍ୟାପିକା ପ୍ରତିମା ବାରିକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ ଦେଇଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ