Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ;୩|୧୨: ଆଜି ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦର୍ଶନ ବନ୍ଦ ରହିବ| ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ | ଏଥିପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିରର ପ୍ରଶାସନ କମିଟି ସୂଚନା ଦେଇଛନ୍ତି। ଏହା ଶ୍ରୀମନ୍ଦିରର ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ସମୟରେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ।

ବନକ ଲାଗି ନୀତିରେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇଥାଏ | ଏହାପରେ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଠାକୁରମାନଙ୍କର ଶ୍ରୀମୁଖ ସିଂହାର ପାଇଁ ଦତ୍ତମହାପାତ୍ର ସେବକ ରତ୍ନ ସିଂହାସନ ଉପରକୁ ଯାଇଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ