Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା

ଭୁବନେଶ୍ୱର,୫|୧୨: ଫେବୃଆରୀ ୧୯ରୁ ଆରମ୍ଭ ହେବ ରାଜ୍ୟରେ ମାଟ୍ରିକ୍‌ ପରୀକ୍ଷା । ମାର୍ଚ୍ଚ ୨ ଯାଏଁ ଚାଲିବ ପରୀକ୍ଷା । ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ମିନିଟ ଅଧିକ ସମୟ ଦିଆଯିବ ବୋଲି କୁହାଯାଇଛି ।

କେଉଁ ଦିନ କେଉଁ ପରୀକ୍ଷା ରହିଛି ତାହାର ସ୍ୱତନ୍ତ୍ର କାର୍ଯ୍ୟ ସୂଚୀ ବୋର୍ଡ ପକ୍ଷରୁ ଦିଆଯାଇଛି । ଫେବୃଆରୀ ୧୯ ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏହାପରେ ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ ଏବଂ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା ରହିଥିବା ବେଳେ ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ