Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଉଲୁଣ୍ଡା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସିଣ୍ଢୋଲ ରେ ଅନୁଷ୍ଠିତ

ଉଲୁଣ୍ଡା :
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଆଜି ଉଲୁଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସିଂଢୋଲ ଗ୍ରାମ କାର୍ଯ୍ୟାଳୟର ବଜାର ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ , ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଉପ ଆରକ୍ଷୀ ଅଧିକ୍ଷକ , ଶ୍ରୀ ହେମନ୍ତ ରାଓ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଥିଲେ l ସୋମବାର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୫୧ (ଏକାବନ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୪ ( ଚଉତିରିଶ ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୮ (ଅଠର) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ଉଲୁଣ୍ଡା, ଶ୍ରୀ ଶୁଭ୍ରାଂଶୁ ଶେଖର ମଲ୍ଲିକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ, ଉପ – ଜିଲ୍ଲାପାଳ, ବୀରମହାରାଜପୁର, ଶ୍ରୀ ସୁରେନ୍ଦ୍ର କୁମାର ମେହେରଙ୍କ ସମେତ ଭାରପ୍ରାପ୍ତ ତହସିଲଦାର, ଉଲୁଣ୍ଡା ଶ୍ରୀ ସୋମନାଥ ବେହେରା, ସରପଞ୍ଚ, ସିଂଢୋଲ ଗ୍ରାମ ପଞ୍ଚାୟତ ପ୍ରଦୀପ କୁମାର ଦେହୁରୀ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଏହି ଅବସରରେ ସିଂଢୋଲ ଗ୍ରାମର ଏକ ଭିନ୍ନକ୍ଷମ ବାଳକ ଆୟୁଷ ସେଠି ପିତା କୁଞ୍ଜବିହାରୀ ସେଠୀ ଙ୍କୁ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼ ନୃପରାଜ ସାହୁଙ୍କ ଦ୍ଵାରା ଏକ ହ୍ଵିଲ ଚେୟାର ପ୍ରଦାନ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ