Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟର ସବୁ ବ୍ଲକରେ ନିର୍ମାଣ ହେବ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ; ବର୍ଷେ ଭିତରେ ମିଶନ୍ ଶକ୍ତି କାଫେ  ନିର୍ମାଣ ଓ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ସମସ୍ତ ବ୍ଲକରେ ନିର୍ମାଣ ହେବ ଗ୍ରାମୀଣ ଇଣ୍ଡଷ୍ଟ୍ରିଆଲ୍ ପାର୍କ। ଏହାସହିତ ଆସନ୍ତା ଏକ ବର୍ଷ ମଧ୍ୟରେ ସମସ୍ତ ବ୍ଲକରେ ମିଶନ୍ ଶକ୍ତି କାଫେ  ନିର୍ମାଣ ଏବଂ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଖାଲି ପଡ଼ିଥିବା ସରକାରୀ ଅଟ୍ଟାଳିକାକୁ ୩ ମାସ ମଧ୍ୟରେ ସ୍ଥାନୀୟ ମିଶନ୍ ଶକ୍ତି ଗୋଷ୍ଠୀକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ଓରମାସକୁ ଅଧିକ କ୍ରିୟାଶୀଳ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ସବୁ ଘରକୁ ପାନୀୟ ଜଳ ଯୋଗାଣ ଯୋଗାଇଦେବାକୁ ପ୍ରାଥମିକତା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୧% ଗ୍ରାମୀଣ ପରିବାରକୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ହୋଇଛି ।

ସେହିପରି ଖୁବଶୀଘ୍ର ଓଡ଼ିଶାକୁ ଆସିଥିବା ୯ ଲକ୍ଷ ଆବାସ ଘର ହିତାଧିକାରୀଙ୍କୁ ବଣ୍ଟାଯିବ ବୋଲି ସୂଚନା ମିଳିଛି। 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ