Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ବିଜ୍ଞାନ ଓ ଚିତ୍ରକଳା ପ୍ରଦର୍ଶିନୀ

ବାଲିଗୁଡା, ତା, ୧୭/୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲ ପରିସରରେ ବିଜ୍ଞାନ ଓ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମଣ୍ଡଳ ସାଧନ ସଂଯୋଜିକା ଶ୍ରୀମତୀ ସୌଦାମିନୀ ସାହୁ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ମହାରଣା, ଅଞ୍ଚଳ ର ବରିଷ୍ଠ ଚିତ୍ରକାର ରଶ୍ମି ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ବଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଉପସ୍ଥିତ ଅତିଥିଙ୍କ ଅଭିଭାଷଣରେ ବିଜ୍ଞାନର କାର୍ଯ୍ୟକାରିତା ଓ ତା’ର ମହତ୍ୱ ସମ୍ପର୍କ ରେ ଆଲୋକପାତ କରିଥିବା ବେଳେ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ବିଜ୍ଞାନର ଉପକାରିତା ବିଷୟରେ ଶିଶୁଙ୍କୁ ସୁନ୍ଦର ଭାବେ ବୁଝାଇଥିଲେ l ବିଦ୍ୟାଳୟର ଶିକ୍ଷୟିତ୍ରୀ ରଶ୍ମିପ୍ରଭା ଦାସ ଅତିଥିଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ସୋନାଲି ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ତଥା ଅଭିଭାବକ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ