Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି…

ଭୁବନେଶ୍ବର: ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲ୍ଲାରେ ୨୪ ବିଜ୍ଞାପିତ ଅଞ୍ଚଳ ପରିଷଦ ମଧ୍ୟ ଘୋଷଣା କରାଯାଇଛି। ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୫ଟି ନୂଆ ଏନଏସି ଘୋଷଣା ହୋଇଥିବା ବେଳେ କଟକରେ ୩ଟି ଏନଏସି ଘୋଷଣା ହୋଇଛି।

ବୌଦ୍ଧ ଜିଲ୍ଲାରେ ବୌଦ୍ଧଗଡ଼କୁ ମୁନିସିପାଲିଟି ଘୋଷଣା କରାଯାଇଥିବା ବେଳେ ଗଞ୍ଜାମର ଭଞ୍ଜନଗର, କବିସୂର୍ଯ୍ୟନଗର, ପୋଲସରା ଏବଂ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆକୁ ମୁନିସିପାଲିଟି ଘୋଷଣା କରାଯାଇଛି। ଅନୁଗୁଳ ଜିଲ୍ଲାର ପାଲଲହଡ଼ାକୁ ଏନଏସି ଘୋଷଣା କରାଯାଇଛି। ବାଲେଶ୍ବର ଜିଲ୍ଲାର ସିମୁଳିଆ, ବରଗଡ଼ ଜିଲ୍ଲାର ସୋହେଲା, ଭଦ୍ରକ ଜିଲ୍ଲାର ତିହିଡ଼ି ଓ ଧୁସୁରି, କଟକ ଜିଲ୍ଲାର ସାଲେପୁର, ବଡ଼ମ୍ବା ଓ ନରସିଂହପୁରକୁ ଏନଏସି ଘୋଷଣା କରାଯାଇଛି।

ସେହିପରି ଢେଙ୍କାନାଳ ଜିଲ୍ଲାର ଗଁଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଓ ପାତ୍ରପୁର, କଳାହାଣ୍ଡି ଜିଲ୍ଲାର ନର୍ଲା ଓ ଜୟପାଟଣାକୁ ଏନଏସି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ, କୋରାପୁଟ ଜିଲ୍ଲାର ବୋରିଗୁମା, ମୟୂରଭଞ୍ଜ ଜିଲ୍ଲାର ବେତନଟୀ, ବାଙ୍ଗିରିପୋଷି, ଚିତ୍ରଡ଼ା, କପ୍ତିପଦା ଓ ରାସଗୋବିନ୍ଦପୁରକୁ ଏନଏସି ଘୋଷଣା ହୋଇଛି। ରାୟଗଡ଼ା ଜିଲ୍ଲାର ବିଷମକଟକ, ସମ୍ବଲପୁର ଜିଲ୍ଲାର ବାମରା ଓ ରେଙ୍ଗାଲି ଏବଂ ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁରକୁ ଏନଏସି ଘୋଷଣା କରିଛନ୍ତି ସରକାର।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ