ପ୍ରବଳ ଥଣ୍ଡାରେ କଲବଲ ଓଡିଶାବାସୀ
ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ଜାରି ରହିଛି। ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ କୁହୁଡ଼ି ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ସୋମବାର କହିଛି।
IMD ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ଅନୁଗୁଳ ଏବଂ ଝାରସୁଗୁଡ଼ା ଜିଲ୍ଲାର କିଛି ସ୍ଥାନରେ ଶୀତ ଲହରୀ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ବହୁତ ଅଧିକ। ଏପରିକି ଅନେକ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହା ପୂର୍ବାନୁମାନ କରିଛି ଯେ ଡିସେମ୍ବର ୩୦ ତାରିଖ ସକାଳ 8.30 ପର୍ଯ୍ୟନ୍ତ ସୁନ୍ଦରଗଡ, କଳାହାଣ୍ଡି , କନ୍ଧମାଳ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ ଏବଂ ବାଲେଶ୍ଵର ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳରେ ସକାଳ ସମୟରେ ଘନ କୁହୁଡି ହେବାର ସମ୍ଭାବନା ଅଧିକ | ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ଥଣ୍ଡା ହେବ ବୋଲି ଆଇଏମଡି କହିଛି।

