Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୁଖ୍ୟ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି, ସେ ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିବେ। ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ତାଙ୍କର ଶେଷ କାର୍ଯ୍ୟ ଦିବସରେ ଶ୍ରୀମତୀ ଗର୍ଗଙ୍କୁ ଦାୟିତ୍ବ ହସ୍ତାନ୍ତର କରିଥିଲେ।

ଶ୍ରୀମତୀ ଗର୍ଗ ହେବେ ରାଜ୍ୟର ୪୭ତମ ମୁଖ୍ୟ ଶାସନ ସଚିବ। ଯଦି ପୂରା ସମୟ ସେ ଏହି ପଦବିରେ ରୁହନ୍ତି, ତେବେ ତାଙ୍କ କାର୍ଯ୍ୟକାଳ ୩ ବର୍ଷ ୩ ମାସ ରହିବ। ୧୯୯୧ ବ୍ୟାଚ୍‌ର ଆଇଏଏସ୍ ଅଧିକାରୀ ଅନୁ ଗର୍ଗ ପ୍ରଥମ ମହିଳା ଉନ୍ନୟନ କମିସନର୍ ଭାବେ ୨୦୨୩ ମାର୍ଚ୍ଚ ମାସରେ ନିଯୁକ୍ତି ପାଇଥିଲେ। ସେବେଠାରୁ ଜଳସମ୍ପଦ ବିଭାଗ, ଯୋଜନା ଓ ସଂଯୋଜନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ତୁଲାଉଥିଲେ। ପୂର୍ବରୁ ସେ ମହିଳା ଓ ଶିଶୁ ବିକାଶ, ଶ୍ରମ, ସ୍ବାସ୍ଥ୍ୟ ଆଦି ବିଭାଗର ସଚିବ ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି।

କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିଲା ବେଳେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟରେ କାର୍ଯ୍ୟ କରିବା ସହ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ଶ୍ରୀମତୀ ଗର୍ଗଙ୍କ ସ୍ବାମୀ ତଥା ୧୯୯୧ ବ୍ୟାଚ୍‌ର ଆଇଏଏସ୍ ଅଧିକାରୀ ସୌରଭ ଗର୍ଗ ଏବେ କେନ୍ଦ୍ରୀୟ ଡେପୁଟେସନ୍‌ରେ ଅଛନ୍ତି। ଉଭୟ ଉତ୍ତରପ୍ରଦେଶର ମୂଳ ବାସିନ୍ଦା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ