୧୮ ତାରିଖ ସୁଦ୍ଧା ମିଳିବ ‘ସୁଭଦ୍ରା’ ଟଙ୍କା
ଭୁବନେଶ୍ଵର,୧୩|୧: ଆସନ୍ତା ୧୮ ସୁଦ୍ଧା ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିବା ସୁଭଦ୍ରା ଟଙ୍କା | ଏନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏ ପର୍ଯ୍ୟନ୍ତ ସୁଭଦ୍ରା ଯୋଜନା ଅଧୀନରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ ।
ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି ଏବଂ ସେମାନେ ଏଥର ଏକାସଙ୍ଗେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁଯାୟୀ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ଏଥର ସୁଭଦ୍ରାରେ ସାମିଲ କରାଯାଇଛି | ଏନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

