Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର ୧୩।୧:ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଉପ -ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏବେ ୨୧ଟି ଜନ ଜାତୀୟ ମାତୃଭାଷାରେ ପାଠ ପଢିବେ ଅଙ୍ଗନଓ୍ୱାଡି ପିଲା। ଏହା ସହିତ ବାଲ୍ୟ ବିବାହ ନିବାରଣ ପାଇଁ ରାଜ୍ୟବ୍ୟାପୀ ୧୦୦ ଦିନିଆ ଅଭିଯାନର ମଧ୍ୟ ଶୁଭାରମ୍ଭ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ।

ସେହିପରି କିଶୋରୀମାନଙ୍କର ଗର୍ଭ ଧାରଣ ରୋକିବା ପାଇଁ ସଚେତନତା ପଦକ୍ଷେପ ଗ୍ରହଣ କରାଯାଇଛି । ଏହା ସହିତ ବରପାଲି ବରଗଡ଼ ଜିଲ୍ଲାରେ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ଓ ବୌଦ୍ଧ, କନ୍ଧମାଳରେ ଷ୍ଟାପ କ୍ୱାଟର ଉଦ୍ଘାଟନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା | NEP ୨୦ ଆଧାରରେ ସମସ୍ତ ଅଙ୍ଗନଓ୍ୱାଡି କେନ୍ଦ୍ରରେ ନିଜସ୍ୱ ଭାଷାରେ ପଢ଼ାଇବା ଉପରେ ଗୁରୁତ୍ୱ ଦିଆଯାଇଛି | ବାଲ୍ୟ ବିବାହକୁ ବନ୍ଦ କରିବାକୁ ୧୦୦ ଦିନିଆ ଅଭିଯାନ ମଧ୍ୟ ଲଞ୍ଚ ହୋଇଛି | ତେବେ ମୟୁରଭଞ୍ଜ ଓ ମାଲକାନଗିରି ଦୁଇ ଜିଲ୍ଲାକୁ ପାଇଲଟ ପ୍ରୋଜେକ୍ଟ ଭାବେ ନିଆଯାଇଛି | ସ୍କୁଲ ଶିକ୍ଷକ, SHG ଏବଂ ଅଙ୍ଗନବାଡିଙ୍କ ସହାୟତାରେ ବାଲ୍ୟ ବିବାହକୁ ରୋକିବାକୁ ପଦକ୍ଷେପ ନିଆଯିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ