Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଆ ଭାଷାରେ ହେବ ସରକାରୀ କାମ; ବ୍ଲକରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆରେ ହେବ

ଭୁବନେଶ୍ଵର,୧୪|୧: ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ। ଏନେଇ ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି ଲେଖିଛନ୍ତି । ବ୍ଲକରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟ ଓଡ଼ିଆରେ ହେବ । ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଇତ୍ୟାଦି ଓଡ଼ିଆରେ ହେବ । ଏଥିରେ କୌଣସି ପ୍ରକାରର ଖିଲାପ କଲେ ତାଗିଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏଭଳି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି।

ଏଣିକି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ତଥା ବ୍ଳକ, ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରାଯିବ। ଏଥିପାଇଁ ରାଜ୍ୟ ସରକାର କଡା ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ,ଏବଂ ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ଅନୁଷ୍ଠାନ ଯେପରିକି ବିଭିନ୍ନ ନିଗମ, ପୌରସଂସ୍ଥା ଓ ସ୍ବୟଂଚାଳିତ ସଂସ୍ଥା ଇତ୍ୟାଦି ଏହି ନିର୍ଦ୍ଦେଶକୁ ପାଳନ କରିବେ। ତେବେ ଯେଉଁ ଅଧିକାରୀ ଏଥିରେ ଖିଲାପ କରିବେ ତାଙ୍କୁ ତାଗିଦ୍ କରାଯିବା ସହ କାରଣ ଦର୍ଶାଅ ନୋଟିସ୍ ମଧ୍ୟ ଜାରି ହେବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ