Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି କଲେଜରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି:୧୫/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଆନ୍ତଃ ଗୁଣବତ୍ତା ଆଶ୍ୱାସନା ପ୍ରକୋଷ୍ଠ (ଆଇ.କ୍ୟୁ.ଏ.ସି.)ର ମିଳିତ ଆନୁକୂଲ୍ୟରେ ଏକ ଦିବସୀୟ ପାଠଚକ୍ର ସହ ମକର ସଂକ୍ରାନ୍ତି ଉତ୍ସବ ଓ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜନ୍ମଜୟନ୍ତୀ ଗରିମାମୟ ଓ ସମାରୋହପୂର୍ଣ୍ଣ ଭାବେ ପାଳିତ ହୋଇଥିଲା। ଏହି ଉପଲକ୍ଷେ “କଥା ସମ୍ରାଟ ଫକୀରମୋହନ ସେନାପତି: ଏକ ତାତ୍ତ୍ୱିକ ଅନୁଶୀଳନ” ଶୀର୍ଷକ ଏକ ଗଭୀର ଚିନ୍ତନମୂଳକ ପାଠଚକ୍ର ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମର ସଭାପତିତ୍ୱ କରିଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରାଧାକାନ୍ତ ଭୂୟାଁ, ଯିଏ ନିଜ ଉଦ୍‌ବୋଧନରେ ଫକୀରମୋହନଙ୍କୁ ଓଡ଼ିଆ ସାହିତ୍ୟର ଆଧୁନିକତାର ପଥପ୍ରଦର୍ଶକ ଭାବେ ସ୍ମରଣ କରିଥିଲେ।
ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଗବେଷକ ଓ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ, ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଫକୀରମୋହନଙ୍କ ସାହିତ୍ୟକୁ ସମାଜର ବାସ୍ତବ ଚିତ୍ର ଓ ସାମାଜିକ ସଚେତନତାର ସଜୀବ ଦର୍ପଣ ଭାବେ ବ୍ୟାଖ୍ୟା କରିଥିଲେ। ମୁଖ୍ୟ ବକ୍ତା ଭାବେ ଚିକିଟି ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଶ୍ରୀଯୁକ୍ତ ପ୍ରକାଶ ବେହେରା ଫକୀରମୋହନଙ୍କ ସାହିତ୍ୟର ତାତ୍ତ୍ୱିକ ମୂଲ୍ୟବୋଧ, ବାସ୍ତବବାଦୀ ଦୃଷ୍ଟିକୋଣ ଓ ସମକାଳୀନ ପ୍ରସଙ୍ଗିକତା ଉପରେ ନିଜର ଗଭୀର ଓ ଗବେଷଣାମୂଳକ ପ୍ରବନ୍ଧ ଉପସ୍ଥାପନ କରି ଶ୍ରୋତାମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ। ସମ୍ମାନିତ ଅତିଥି ଭାବେ ଆଇ.କ୍ୟୁ.ଏ.ସି.ର ନିର୍ଦ୍ଦେଶକ ଓ ସଂସ୍କୃତ ବିଭାଗର ମୁଖ୍ୟ ଡ଼. ବିଘ୍ନେଶ୍ୱର ମିଶ୍ର ଏବଂ ସ୍ନାତକ ମହିଳା ମହାବିଦ୍ୟାଳୟର ଶିକ୍ଷା ବିଭାଗ ଅଧ୍ୟାପିକା ଡ଼. କଲ୍ୟାଣୀ ମିଶ୍ର ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଅଧିକ ଗରିମାମୟ କରିଥିଲେ। କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ଓଡ଼ିଆ ବିଭାଗର ମୁଖ୍ୟ ଡ. ବିପ୍ଳବ ରଞ୍ଜନ ପ୍ରଧାନ ସ୍ଵାଗତ ଅଭିଭାଷଣ ପ୍ରଦାନ କରି ଫକୀରମୋହନଙ୍କ ସାହିତ୍ୟିକ ଉତ୍ତରାଧିକାର ଓ ପାଠଚକ୍ରର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ସହକାରୀ ପ୍ରଫେସର ଡ଼. ଚାରୁପ୍ରଭା ନାୟକ ମଞ୍ଚାସୀନ ରହିଥିଲେ। ସୁସାହିତ୍ୟିକ ଶ୍ରୀଯୁକ୍ତ ବିଚିତ୍ରାନନ୍ଦ ବେବର୍ତ୍ତା ବ୍ୟାସକବିଙ୍କ ସାହିତ୍ୟିକ ଅବଦାନ ଉପରେ ସଂକ୍ଷିପ୍ତ କିନ୍ତୁ ଗଭୀର ଆଲୋଚନା କରିଥିଲେ।
କାର୍ଯ୍ୟକ୍ରମର ସର୍ବାଧିକ ଆକର୍ଷଣ ଥିଲା.

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

10 ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫପାରଳାଖେମୁଣ୍ଡି, 14/1 (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।