ଫେବ୍ରୁଆରିରେ ୫ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ;
ଭୁବନେଶ୍ୱର,୨୨|୧: ଓଡିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | ଅନେକ ଫେବ୍ରୁଆରୀରେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି | ଫେବ୍ରୁଆରି ୨ରେ ଭୁବନେଶ୍ବରରେ ପହଞ୍ଚି ୩ ତାରିଖରେ ବାଲେଶ୍ବର ଫକୀରମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ | ରେମୁଣା ନୂଆପାଢ଼ିସ୍ଥିତ ବିଶ୍ବବିଦ୍ୟାଳୟର ନୂତନ କ୍ୟାମ୍ପସ୍ରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ଅଭିଭାଷଣ ଦେବେ । ଫେବ୍ରୁଆରି ୪ ତାରିଖରେ ଯାଜପୁରରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ମା’ ବିରଜାଙ୍କ ଦର୍ଶନ କରିବେ।
ସେହିପରି ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଭୁବନେଶ୍ୱରରେ କମିଶନସନ୍ରେଟ୍ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବା ନେଇ ସୂଚନା ରହିଛି |

