Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟ ବାହାରକୁ ଚୋରାଚାଲାଣ ପାଇଁ ଗଛିତ ଥିବା ୨୪ ଲକ୍ଷ ଟଙ୍କାର ୨୩୭ କେଜି ଗଞ୍ଜେଇ ଜବତ

ପାରଳାଖେମୁଣ୍ଡି:୨୬/୧(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଏସପିଙ୍କ ଯତୀନ୍ଦ୍ର ପଣ୍ଡା ନିର୍ଦେଶକ୍ରମେ ସମଗ୍ର ଜିଲ୍ଲାରେ ଗଞ୍ଜେଇ ଚୋରା କାରବାର ବିରୁଦ୍ଧରେ ଚଢଉ ଜାରି ରହିଛି.ଏହି କ୍ରମରେ ଗଜପତି ଜିଲ୍ଲାରୁ ରାଜ୍ୟ ବାହାରକୁ ପ୍ରାୟ 24 ଲକ୍ଷ ଟଙ୍କାର ଗଞ୍ଜେଇ ଚୋରାଚାଲାଣ ଗଛିତ ଥିବା ବେଳେ ପୋଲିସ ଜବତ କରିଥିବା ସୂଚନା ମିଳିଛି. ଏହି ଜିଲ୍ଲାର ଆର ଉଦୟଗିରି ଏସଡିପିଓ ରାକେଶ ସାହୁଙ୍କ ତ୍ୱାତାବଧାନରେ ଏସଆଇ ସନ୍ଦୀପ ହେମରମ ମୋହନା ଥାନା, ଅଡବା ଥାନା ମିଳିତ ଭାବେ ବେଆଇନ ଗଞ୍ଜେଇ ଚାଲାଣ ଉପରେ ଚଢାଉ କରି ଏହି ୨୪ ଲକ୍ଷ ଟଙ୍କାର ଗଞ୍ଜେଇକୁ ଜବତ କରିଛନ୍ତି. ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ଗଜପତି ଜିଲ୍ଲାର ସମ୍ବଲପୁରୁ ସୁନ୍ଦରଡାଙ୍ଗ ରାସ୍ତା କଡରେ କିଛି ବସ୍ତା ରଖା ଯାଇଥିଲା. ପୋଲିସ ସେଠାରେ ପହଞ୍ଚି ଯାଞ୍ଚ କରିବା ବେଳେ ସେଥିରେ ଗଞ୍ଜେଇ ଥିବା ଜଣା ପଡିଥିଲା. ପୋଲିସ ସେଠାରୁ ୧୨ ଗୋଟି ବସ୍ତାରୁ ୨୩୭ କିଲୋ ଗଞ୍ଜେଇ ଜବତ କରିଛନ୍ତି. ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨୪ ଲକ୍ଷ ହେବ ବୋଲି ସୂଚନା ମିଳିଛି. ପୋଲିସ ଆସୁଥିବା ଦେଖି ଅଭିଯୁକ୍ତମାନେ ଗଞ୍ଜେଇ ବସ୍ତାକୁ ଛାଡି ଘଟଣା ସ୍ଥଳରୁ ଚମ୍ପଟ ମାରିଥିବା ମଧ୍ୟ ସୂଚନା ମିଳିଛି.

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ରାଜ୍ୟ ସରକାରଙ୍କ ବ୍ୟାନ ପରେ ଗଜପତି ଜିଲ୍ଲାରେ ତମାଖୁ, ଗୁଟଖା, ସିଗାରେଟ ଆଦିର ଦର ୩ ଗୁଣ ବୃଦ୍ଧି ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ଵଜ ଚୌଧୁରୀ)ରାଜ୍ୟ ସରକାର ସମସ୍ତ ଗୁଟ୍ଟୋ, ପାନମସଲା, ସିଗାରେଟ, ଜଦ୍ଦା, ଖଇନି ଏବଂ ତମାଖୁ ତଥା ନିକୋଟିନଯୁକ୍ତ ସମସ୍ତ ଉତ୍ପାଦର ବିକ୍ରି ଉପରେ ସମ୍ପୂର୍ଣ ବ୍ୟାନ ନିଷେଧାଦେଶ ଜାରି କରିଛନ୍ତି। ଏହାର ସୁଯୋଗ ନେଇ ପୂର୍ବରୁ ଯେଉଁମାନେ ଏହି ଵ୍ୟବସାୟ କରୁଥିଲେ ସେମାନେ ଗୁଟଖା, ଖଇନି, ସିଗାରେଟ ଆଦିର ଦର 3 ଗୁଣରୁ ଅଧିକ କରି କଳା ବଜାରରେ ବିକ୍ରି କରି ମାଲାମାଲ ହେଉଛନ୍ତି. ବର୍ତ୍ତମାନ ଦୋକାନ ଗୁଡ଼ିକରେ ଖୋଲାଖୋଲି ତମାଖୁ ବିକ୍ରି ହେଉ ନଥିବା ବେଳେ ତମାଖୁ ସେବନରେ ଅଭ୍ୟସ୍ତ ଗ୍ରାହକଏବେ ବିକଳ୍ପ ଖୋଜୁଥିବାରୁ ଏହାର ସୁଯୋଗ ନେଇ ଦୋକାନୀ କଳାବଜାର ଆରମ୍ଭ କରିଦେଇଛନ୍ତି । ତିନି ଗୁଣା ଚଢ଼ାଦରରେ ଲୋକଙ୍କୁ ତମାଖୁ ବିକ୍ରି କରାଯାଉଛି। କାରଣ ଆଗରୁ କେବଳ ଗୁଟଖା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏବେ ନିକୋଟିନଯୁକ୍ତ ସମସ୍ତ ପଦାର୍ଥକୁ ନିଷିଦ୍ଧ କରିବା ଫଳରେ କଳାବଜାରରେ ଅଧିକ ଭାବେ ବଢ଼ିଛି। ଯେଉଁ ହୋଲସେଲ୍ ବ୍ୟବସାୟୀମାନେ ଏସବୁ ସାମଗ୍ରୀକୁ ଗଚ୍ଛିତ ରଖିଥିଲେ ସେମାନେ ଦରକୁ ବଢ଼ାଇ ଦେଇଛନ୍ତି। ଆଉ ଲାଭବାନ୍ ହେଉଛନ୍ତି । ଦୋକାନୀମାନେ ବି ଲୁଚାଛପାରେ ଏହାକୁ ବିକ୍ରି କରୁଛନ୍ତି । ବିଭିନ୍ନ ନାମୀ ଓ ବେନାମୀ କମ୍ପାନିର ତମାଖୁ ବିକ୍ରି ହେଉଛି। ଫଳରେ ଧରପଗଡ଼ର ଏବେ ଆବଶ୍ୟକ‌ତା ରହିଛି।