Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାୟଗଡ ବ୍ଲକ ଏସ.କରଡାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି;୨୭/୧(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଏସ.କାରଡ଼ାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁଵାରକ ଅଲ୍ଲୀ ପ୍ରମୁଖ ଜନ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଏସ.କରାଡାସିଂ ଗ୍ରାମ ପଞ୍ଚାୟତ ସମେତ କରାଡାସିଂ , ଲାଇଲାଇ, ଓ ନାରାୟଣପୁର ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୭୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୧୮ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୫୭ ଗୋଟି ଅଭିଯୋଗ ଆସିଥିଲା ଓ ଗୋଟିଏ ଅଭିଯୋଗ କୁ ତୁରନ୍ତ ସମାଧାନ କରଯାଇଛି।ସେଥିମଧ୍ୟରୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୬ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ସେହିପରି ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ,ପଞ୍ଚାୟତ ସମିତି ଉପ-ଅଧ୍ୟକ୍ଷ ଶ୍ରୀ ଜ୍ୟୋତିରାଜ ପାଣି, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ,ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories