Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ

ବାଲିଗୁଡା, ତା, ୩୧/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ମୁଖ୍ୟବକ୍ତା ଭାବେ ସ୍ଥାନୀୟ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ପରିଚାଳନା ସମିତିର ଉପସଭାପତି ଡାକ୍ତର ବିଚିତ୍ରା ନନ୍ଦ ଆଚାର୍ଯ୍ୟ, ସମ୍ପାଦକ ଶେକ ସାଦିକ ଓ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଉପସ୍ଥିତ ରେ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ରଶ୍ମିପ୍ରଭା ଦାସ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ l ପୂର୍ବରୁ ଅନୁଷ୍ଠିତ ହୋଇଯାଇଥିବା ବିଭିନ୍ନ ପ୍ରତିଯୋଗିତାରକୃତି ଛାତ୍ର ଛାତ୍ରୀଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା l ଶେଷରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୋନାଲି ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ l ସନ୍ଧ୍ୟାରେ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଏଥିରେ ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ, ଅଭିଭାବକ ଅଭିଭାବିକା ତଥା ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମକର୍ତ୍ତା ବୃନ୍ଦଙ୍କ ସହଯୋଗରେ ସମାପନ ହୋଇଥିଲା l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ