Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧/୨(ଗରୁଡ଼ ଧ୍ଵଜ ଚୌଧୁରୀ) ଆଜି ଗଜପତି ଜିଲ୍ଲା ସର୍ବପୁରାତନ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି , ପ୍ରଥମେ ଜଗତ ର ନାଥ ଜଗନ୍ନାଥ ଙ୍କୁ ପ୍ରଦୀପ ପ୍ରଜ୍ଜଳନ କରାଯାଇଥିଲା, ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ପାରଳା ବିଧାୟକ ରୁପେଶ ପାଣିଗ୍ରାହୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ଅବସପ୍ରାପ୍ତ ଅଧକ୍ଷ ଡ: ଜିତେନ୍ଦ୍ର ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ପୂର୍ଣ୍ଣ ମହାପାତ୍ର ଉପସ୍ଥିତ ଥିଲେ , ବିଧାୟକ ରୁପେଶ୍ ପାଣିଗ୍ରାହୀ ତାଙ୍କ ଅଭିଭାଷଣ ରେ କହିଲେ କି ଏହି ମହାବିଦ୍ୟାଳୟ ର ଉନ୍ନତି ପାଇଁ ଯାହା ବି ସହାୟତା ଆବଶ୍ୟକ ରହିଛି ମୁ ନିଶ୍ଚିତ ଭାବେ ବିଧାୟକ ପାଣ୍ଠି ରୁ ପ୍ରଦାନ କରିବି ବୋଲି କହିଥିଲେ , ପରେ ସଂସ୍କୃତି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା, ଶେଷ ରେ ମୁଖ୍ୟ ଅତିଥି ଙ୍କ ଦ୍ଵାରା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।