Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର କଲେଜ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ସୋମବାର ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବୀରମହାରାଜପୁର ଉପଜିଲ୍ଲାପାଳ ତଥା ବୀରମହାରାଜପୁର ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ସୁରେନ୍ଦ୍ର ମେହେର ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇଥିଲେ । ସେହିପରି ଇଂରାଜୀ ବିଭାଗର ପ୍ରାଧ୍ୟାପିକା ଗୀତାଞ୍ଜଳି ପୂଜାରୀ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିବା ବେଳେ ବୀରମହାରାଜପୁର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନାରାୟଣ ଲୁହା, ସାମାଜିକ କର୍ମୀ ବେଣୁଧର ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ, ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ହେବାକୁ ପରାମର୍ଶ ଦେଇଥିଲେ I କଠୋର ପରିଶ୍ରମର ବିକଳ୍ପ ନାହିଁ I ଜୀବନରେ ଲକ୍ଷ୍ୟକୁ ସ୍ଥିରକରି ପରିଶ୍ରମ କଲେ ନିଶ୍ଚୟ ସଫଳତା ପାଇବେ I କେବେଳ ଶୃଙ୍ଖଳିତ ଛାତ୍ରଛାତ୍ରୀ ମାନେ ବିକଶିତ ଭାରତର ନେତୃତ୍ୱ ନେବେ ବୋଲି ମତବ୍ୟକ୍ତ କରିଛନ୍ତି। ଏହି ଅବସରରେ ବାର୍ଷିକ କ୍ରୀଡ଼ା ଓ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟରେ ଚାମ୍ପିଅନ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯିବl ସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଅଧ୍ୟାପିକା ଯାମିନୀ ଦାଶ ସଭା ପରିଚାଳନା କରିଥିବା ବେଳେ ଅଧ୍ୟାପିକା ଡ. ସୁଶ୍ରୀ ପ୍ରିୟଦର୍ଶିନୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଏଥିସହ ଛାତ୍ରଛାତ୍ରୀ ଓ ଲୋକଗୀତ ଗାୟିକା ପଦ୍ମଶ୍ରୀ ଖଟେଇଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ପରିବେଷଣ ହୋଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ