Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକୋତ୍ସବ

ବାଲିଗୁଡା, ତା, ୧୦/୦୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତୃତୀୟ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ବିଦ୍ୟାଳୟ ର ପରିଚାଳନା କମିଟି ର ସଭାପତି ସୁମ୍ବିରା ମଲିକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ରୁତୁଙ୍ଗିଆ ଗିରିଜନ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ସାମଲ, ମୁଖ୍ୟ ବକ୍ତା ଭାବେ ରୁତୁଙ୍ଗିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା, ସମ୍ମାନିତ ଅତିଥି ଭାବେ ରୁତୁଙ୍ଗିଆ ପଞ୍ଚାୟତ ର ସମିତି ସଭ୍ୟ ଦାନିଏଲ ପ୍ରଧାନ, କଟ୍ରିକିଆ କ୍ଲଷ୍ଟର ର ସି ଆର ସି ସି ସାବତ ପ୍ରଧାନ, କଟ୍ରିକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ପ୍ରଧାନ, ଅବସର ପ୍ରାପ୍ତ ଶିକ୍ଷକ ସୁରେଶ ଚନ୍ଦ୍ର ଦାସ, ନୂଆସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷକ ସତ୍ୟ ନାରାୟଣ ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀ ମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ, ଶିକ୍ଷା ହେଉଛି ଏକ ମାଇଲ ଖୁଣ୍ଟ, ଏହାକୁ ହାସଲ କରିବାକୁ ହେଲେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜିଜ୍ଞାସା ରହିବା ଆବଶ୍ୟକ ବୋଲି କହିଥିଲେ l ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ। ଶେଷରେ ଶିକ୍ଷକ ସନାତନ ପରିଛା ଧନ୍ୟବାଦ ଅର୍ପଣ କରିଥିଲେ l ପରେ ପରେ ବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଇଥିଲା। ସମସ୍ତ କାର୍ଯ୍ୟରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ପରିଚାଳନା କମିଟୀ ସଦସ୍ୟ ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ