Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତିରେ ନାବାଳିକା ଦୁଷ୍କର୍ମ ମାମଲାରେ ପୀଡିତା ନାବାଳିକା ଓ ଅଭିଯୁକ୍ତ ନାବାଳକଙ୍କ ଡାକ୍ତର ମଇନା ଓ ବୟାନ ରେକର୍ଡ।

ପାରଳାଖେମୁଣ୍ଡି:୧୦/୨(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ଫାଣ୍ଡି ଅନ୍ତର୍ଗତ ଜିରାଙ୍ଗ ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ସାତ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ନେଇ ଥାନାରେ ଅଭିଯୋଗ ପରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୁଲିସ। ସୁଚନା ପ୍ରକାରେ ନାବାଳିକାଙ୍କ ବାପା ମାଆ ଏକ ତିବ୍ବତୀୟ ଦମ୍ପତି ୧୭ ବର୍ଷୀୟ ଅଭିଯୁକ୍ତକୁ ପୋଷ୍ୟପୁତ୍ର ଭାବେ ଗ୍ରହଣ କରି ତାର ଲାଳନପାଳନ କରୁଥିଲେ। ତେଣୁ ସେ ଦୀର୍ଘ ବର୍ଷ ହେଲା ପରିବାର ସହ ଘରେ ରହି ଆସୁଥିଲା ଏବଂ ତାର ଯାବତୀୟ ଖର୍ଚ୍ଚ ବହନ କରୁଥିଲେ ତିବତୀୟ ଦମ୍ପତି।କିନ୍ତୁ ଘଟଣା ଦିନ ଅର୍ଥାତ ୭ ତାରିଖରେ ପୀଡିତାଙ୍କ ବାପା ମାଆ କୈଣସି କାର୍ଯ୍ୟରେ ବାହାରକୁ ଯାଇଥିଲେ, କିନ୍ତୁ ସନ୍ଧ୍ୟା ପର୍ଯ୍ୟନ୍ତ ଫେରି ପାରିନଥିଲେ। ସେହି ସମୟରେ ଅଭିଯୁକ୍ତ ପ୍ରତ୍ୟେକ ଦିନ ଭଳି ଘରେ ପୀଡିତା ସହିତ ରହିଥିଲା । ଏକୁଟିଆ ସୁଯୋଗ ନେଇ ନାବାଳିକା କୁ ଦୁଷ୍କର୍ମ କରିଥିଲା ନାବାଳକ। ବାପା ମାଆ ଘରକୁ ଫେରିବା ପରେ ଝିଅ ଠାରୁ ସବୁ ଶୁଣିବା ପରେ ୮ ତାରିଖରେ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ ଏତଲା ପରେ ପୁଲିସ ପକ୍ଷରୁ କେସ ନମ୍ବର ୨୨ / ୨୬ ରେ ଚନ୍ଦ୍ରଗିରି ଫାଣ୍ଡିରେ ମାମଲା ରୁଜୁ କରାଯିବା ସହ ଅଭିଯୁକ୍ତ ଜଣକ ନାବାଳକ ହୋଇଥିବାରୁ ତାର ବୟାନ ରେକର୍ଡ ଓ ଡାକ୍ତରି ମଇନା କରାଯାଇ ବ୍ରହ୍ମପୁର ସ୍ଥିତ ବାଳ ସୁଧାର ଗୃହକୁ ପଠାଇ ଦିଆଯାଇଥିବା ଜଣାପଡିଛି।ସେହିପରି ନାବାଳିକାର ମଧ୍ୟ ଡାକ୍ତରୀ ମଇନା ଓ ବୟାନ ରେକର୍ଡ କରାଯାଇ ତାଙ୍କ ମା ବାପା ଙ୍କ ହସ୍ତାନ୍ତର କରାଯାଇଥିବା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।