Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ପଶ୍ଚିମ ବଙ୍ଗ ରାଜ୍ୟର ଦମ୍ପତି

ପାରଳାଖେମୁଣ୍ଡି:୧୦/୨(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ଗଜପତି ଜିଲ୍ଲାରୁ ୭୭ ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ମୁନୀନ୍ଦ୍ର ହୋନନଗା (ଓ.ପ୍ର.ସେ) ପୋଷ୍ୟ ସନ୍ତାନ ଭାବେ ପଶ୍ଚିମ ବଙ୍ଗ ରାଜ୍ୟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ଅବିବାହିତ ମାତାଙ୍କ ଦ୍ବାରା ସମର୍ପିତ ହୋଇଥିବା ଏହି ଶିଶୁଙ୍କୁ ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ଶାଲୋମ, ରାଣୀପେଟା
ଠାରେ ରଖାଯାଇଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଙ୍କୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଙ୍କର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ୱାରା ଶିଶୁଟି ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା। ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ୪ବର୍ଷରୁ ଉର୍ଦ୍ଧ ସମୟ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଯାଞ୍ଚ କରିବା ପରେ ଆଜି ଶିଶୁଙ୍କୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଙ୍କର ବୟସ ୪ ମାସ, ଶିଶୁପୁତ୍ର ହୋଇଥିବାବେଳେ, ଶିଶୁଙ୍କୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।ହସ୍ତାନ୍ତର ସମୟରେ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶ୍ଵିନୀ କୁମାର ମହାପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ଶ୍ରୀଯୁକ୍ତ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।