Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା କୋଷଗାର କାର୍ଯ୍ୟଳୟ ପ୍ରାଙ୍ଗଣରେ ଏନ୍ ପି ଏସ ସଚେତନତା ଶିବିର ଆୟୋଜିତ

ପାରଳାଖେମୁଣ୍ଡି:୧୨/୨(ଗରୁଡ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋଷାଗାର କାର୍ଯ୍ୟାଳୟ ପ୍ରାଙ୍ଗଣରେ ରାଷ୍ଟ୍ରୀୟ ପେନ୍‌ସନ୍‌ ଯୋଜନା (ଏନ୍ ପି ଏସ) ସମ୍ପର୍କିତ ଏକ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରରେ ରାଜ୍ୟ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ଏନ୍ ପି ଏସ ସମ୍ପର୍କିତ ସଚେତନତା ଏବଂ ସମସ୍ୟା ସମାଧାନ ଉଦ୍ଦେଶ୍ୟରେ ବିସ୍ତୃତ ଆଲୋଚନା କରାଯାଇଥିଲା।ଏହି ଅବସରରେ କୋଷାଗାର ଓ ନିରୀକ୍ଷଣ ନିର୍ଦ୍ଦେଶାଳୟ, ଓଡିଶା, ଭୁବନେଶ୍ୱରରୁ ଶ୍ରୀଯୁକ୍ତ ମନୋରଞ୍ଜନ ସାହୁ, ହିସାବ ଅଧିକାରୀ ଶ୍ରୀ ଅରବିନ୍ଦ ସାହୁ, ହିସାବ ଅଧିକାରୀ ଉପସ୍ଥିତ ରହି ଏନ୍ ପି ଏସ ସମ୍ପର୍କିତ ବିଭିନ୍ନ ପ୍ରାୟୋଗିକ ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ । ଏନ୍ ପି ଏସ ଖାତାଖୋଲିବା, ଅଂଶଧନ ଜମା, ସଂଶୋଧନ ପ୍ରକ୍ରିୟା, ଅଭିଯୋଗ ନିରାକରଣ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟରେ ସେମାନେ ସ୍ପଷ୍ଟ ବ୍ୟାଖ୍ୟା ଦେଇଥିଲେ l ଶିବିରରେ ଶ୍ରୀମତୀ ସୁଶ୍ରୀ ସଂଗୀତା କୁମାରି, ଜିଲ୍ଲା କୋଷାଗାର ଅଧିକାରୀ, ଶ୍ରୀ ପ୍ରିୟବ୍ରତ ଷଡଙ୍ଗୀ, ଅତିରିକ୍ତ କୋଷାଗାର ଅଧିକାରୀ, ଜିଲ୍ଲାର ଉପ-କୋଷାଗାର ଅଧିକାରୀମାନେ, ବିଭିନ୍ନ ବିଭାଗର ଉଠାଣ ଓ ବିତରଣ ଅଧିକାରୀ (DDO), NPS ଅନ୍ତର୍ଗତ କର୍ମଚାରୀ (Subscribers) ମାନଙ୍କ ସହିତ ଜିଲ୍ଲା କୋଷାଗାର ଏବଂ ଉପ-କୋଷାଗାର କର୍ମଚାରୀମାନେ ଉପସ୍ଥିତ ଥିଲେ । ଉପସ୍ଥିତ ଅଂଶଗ୍ରହଣକାରୀ ମାନେ ନିଜ-ନିଜସମସ୍ୟା ଉପସ୍ଥାପନ କରିଥିବାବେଳେ, ସମ୍ପଦବ୍ୟକ୍ତିମାନେ ସେଗୁଡ଼ିକର ସମାଧାନ ସମ୍ପର୍କରେ ଯଥାଯଥ ମାର୍ଗଦର୍ଶନ ପ୍ରଦାନ କରିଥିଲେ।ଶିବିର ଶେଷରେ ଏପରି ସଚେତନତା କାର୍ଯ୍ୟକ୍ରମ ଏନ ପି ଏସ ଅନ୍ତର୍ଗତ କର୍ମଚାରୀମାନଙ୍କ ପାଇଁ ଅତ୍ୟନ୍ତ ଉପକାରୀ ବୋଲି ମତ ପ୍ରକାଶ ପାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।