Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୯ଟା ୩୦ ପୂର୍ବରୁ ପରୀକ୍ଷା ହଲରେ ପହଞ୍ଚିବେ ଛାତ୍ରଛାତ୍ରୀ : କପି କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ: ବୋର୍ଡ ସଭାପତି

କଟକ,୧୭|୨: ଦିନକ ପରେ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା | ରାଜ୍ୟରେ ସର୍ବମୋଟ ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ଏଥର ମାଟ୍ରିକ ପରୀକ୍ଷା ଦେବେ। ଏଥିପାଇଁ ୩୦୮୨ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଗୋଟିଏ ସିଟିଂରେ ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ ଯାଏଁ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି । ପରୀକ୍ଷା ସୂଚାରୁ ରୂପେ ପରିଚାଳନା କରିବାକୁ ବୋର୍ଡ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବୋର୍ଡ ସଭାପତି କହିଛନ୍ତିଯେ, ସକାଳ ୯ଟା ୩୦ ପର୍ଯ୍ୟନ୍ତ ପରୀକ୍ଷା ସେଣ୍ଟରକୁ ପ୍ରବେଶ କରିବାକୁ ସମୟସୀମା ଧାର୍ଯ୍ୟ ହୋଇଛି | ତେଣୁ ସେହି ସମୟ ପୂର୍ବରୁ ଆସିଲେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇପାରିବେ। ତେବେ ଏହା ପୂର୍ବରୁ ୯ଟା ୧୫ ମିନିଟ୍ ପର୍ଯ୍ୟନ୍ତ ଧାର୍ଯ୍ୟ ହୋଇଥିଲା। ପରେ ଏଥିରେ ଆଉ ୧୫ ମିନିଟ୍ ବୃଦ୍ଧି କରାଯାଇଛି | ଏନେଇ ବୋର୍ଡ ସଭାପତି ସୂଚନା ଦେଇଛନ୍ତି । ଏହା ସହିତ ଯଦି ପରୀକ୍ଷା ହଲରେ କପି ଯୋଗାଯାଏ କିମ୍ବା କିଛି ଅନିୟମିତତା ହୁଏ ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସୂଚନା ଦିଆଯାଇଛି |

ଅନ୍ୟପଟେ, ବୋର୍ଡ ପକ୍ଷରୁ ଏବର୍ଷ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ପ୍ରତି ସ୍କ୍ବାଡ୍‌ରେ ରହିଛନ୍ତି ୨ ଜଣ ସଦସ୍ୟ । ଏହାସହିତ ସମସ୍ତ ପରୀକ୍ଷା କେନ୍ଦ୍ରର ଅଧୀକ୍ଷକ ଏବଂ ନିରୀକ୍ଷକଙ୍କ ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ମଧ୍ୟ ଜାରି ହୋଇଛି । ପରୀକ୍ଷା କେନ୍ଦ୍ରରେ କିଭଳି ସୁବିଧା ରହିବ, ପ୍ରଶ୍ନପତ୍ର ଏବଂ ଉତ୍ତରଖାତା କିପରି ନିର୍ଦ୍ଧାରିତ ସମୟ ଅନୁଯାୟୀ ପହଞ୍ଚିବ, ସେଥିପାଇଁ କରାଯାଇଥିବା ବ୍ୟବସ୍ଥାକୁ ଅନୁପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି | ସୂଚାନଯୋଗ୍ୟ ଗତ ୧୦ ତାରିଖଠାରୁ ନୋଡାଲ ସେଣ୍ଟରଗୁଡିକୁ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରୁ ପ୍ରଶ୍ନପତ୍ର ପଠା କାର୍ଯ୍ୟ ଆରମ୍ଭ ହୋଇଥିଲା। ଆଜି ସବୁ ନୋଡାଲ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବା ନେଇ ସୂଚନା ମିଳିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ