Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର” ଜାତୀୟ ସେବା ଯୋଜନା” ପକ୍ଷରୁ ସପ୍ତାହ-ବ୍ୟାପୀ ଶୀତ କାଳୀନ ସ୍ଵତନ୍ତ୍ର ଶିବିର କାର୍ଯ୍ୟକ୍ରମ ଉଦଘାଟିତ

ପାରଳାଖେମୁଣ୍ଡି:୧୮/୨(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ’ର “ଜାତୀୟ ସେବା ଯୋଜନା” ସହ ଏକକ(ଉଭୟ ପୁରୁଷ ଓ ମହିଳା)ପକ୍ଷରୁ ଅୟୋଜିତ ସପ୍ତାହବ୍ୟାପୀ ଶୀତ ସ୍ଵତନ୍ତ୍ର ଶିବିର ଆଜି ପୋଷ୍ୟଗ୍ରାମ କେରାଣ୍ଡିର ମହାଦେବ ମନ୍ଦିର ପରିସରରେ ଉଦଘାଟିତ ହୋଇଯାଇଛି Iଏହି କାର୍ଯ୍ୟକ୍ରମରେ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ରାଧାକାନ୍ତ ଭୂୟାଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିବା ବେଳେ, ସମ୍ମାନୀତ ଅତିଥି ଭାବେ ମହାବିଦ୍ୟାଳୟର ଆଇ.କ୍ୟୁ.ଏ.ସି. ସଂଯୋଜକ ଡ. ବିଘ୍ନେଶ୍ୱର ମିଶ୍ର ଯୋଗ ଦେଇ ଶିବିରାର୍ଥି ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ Iଏହି ଅବସରରେ କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ବିଦ୍ୟାଧର ସେଠୀ ସ୍ଵତନ୍ତ୍ର ଶିବିର ଆୟୋଜନର ଲକ୍ଷ୍ୟ ଓ ଆବଶ୍ୟକତା ସମ୍ପର୍କରେ ସ୍ଵେଚ୍ଛାସେବୀ ମାନଙ୍କୁ ଅବଗତ କରାଇଥିଲେ ଫେବୃଆରୀ ୨୨ ତାରିଖରେ ଉଦଯାପିତ ହେବାକୁ ଥିବା ଉକ୍ତ ଶିବିର ଅବସରରେ ସ୍ଵେଚ୍ଛାସେବୀ ମାନଙ୍କ ଦ୍ଵାରା ପୋଷ୍ୟ-ଗ୍ରାମ ଲୋକ’ଙ୍କ ଅର୍ଥନୈତିକ , ଶୈକ୍ଷିକ , ଜୀବନ ଜୀବିକା ସମ୍ପର୍କରେ ସର୍ଭେ କରାଯିବା ସହ ବିଭିନ୍ନ ପ୍ରକାରର ସଚେତନତା ମୂଳକ ପ୍ରଚାର କରାଯିବ ବୋଲି କାର୍ଯ୍ୟକ୍ରମ ଅଧିକାରୀ ମାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।