Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

କଳାହାଣ୍ଡି,୨୦/୦୨
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ସକାଳ ପ୍ରାୟ ୬ଟାରୁ ଭିଜିଲାନ୍ସର ୩ଟି ଟିମ୍ ଭବାନୀପାଟଣା ଓ ଆଖପାଖ ଅଞ୍ଚଳରେ ଏକକାଳୀନ ଚଢ଼ାଉ ଜାରି ରଖିଛନ୍ତି। ଭବାନୀପାଟଣା ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ରେଡ୍ କରାଯାଉଛି।
ସୂଚନା ଅନୁସାରେ ଭବାନୀପାଟଣା ହିଲ୍ ଟାଉନ୍‌ରେ ଥିବା ଫରେଷ୍ଟରଙ୍କ ତିନି ମହଲା ବାସଭବନ, ଜୁନାଗଡ଼ ଥାନା ଅନ୍ତର୍ଗତ ଦେଉଣ୍ଡି ଗାଁରେ ଥିବା ପୈତୃକ ବାସ ଭବନ ଏବଂ ଭଟାଙ୍ଗପଦର ସେକ୍ସନ ସ୍ଥିତ ଫରେଷ୍ଟରଙ୍କ ସରକାରୀ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି। ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ସମସ୍ତ ବ୍ୟାଙ୍କ୍ ଆକାଉଣ୍ଟ, ସୁନା ଗହଣା ଏବଂ ଜମିବାଡ଼ି ସମ୍ପର୍କିତ କାଗଜପତ୍ରର ଯାଞ୍ଚ ଚାଲିଛି। ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେ ନେଇ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ