ଗଜପତି ଜିଲ୍ଲା ରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଚତୁର୍ଥ କିସ୍ତି ପ୍ରଦାନ
ପାରଳାଖେମୁଣ୍ଡି:୮/୩.(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦରମହକୁମା ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଅର୍ନ୍ତଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ର ଚତୁର୍ଥ କିସ୍ତି ପ୍ରଦାନ କରାଯାଇଛି। ଆଜିର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଯତୀନ୍ଦ୍ର କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ଗଜପତି, ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀରାଜ ମଣ୍ଡଳ, ନିର୍ମଳା ସେଠୀ, ଅଧ୍ୟକ୍ଷା, ପୌରପରିଷଦ ପାରଳାଖେମୁଣ୍ଡି, ମନୋରମା ଦେବୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗଜପତି , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଗଜପତି ଅରୁଣ କୁମାର ତ୍ରିପାଠୀ ପ୍ରମୁଖ ମଞ୍ଚାସିନ ଥିଲେ ଏହି କାର୍ଯ୍ୟକ୍ରମରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଜିଳ୍ଲାର ଯୋଗ୍ୟା ହିତାଧିକାରୀଙ୍କୁ ଡିବିଟି ମାଧ୍ଯମରେ ଜିଲ୍ଲାର ୧ ଲକ୍ଷ ୪୪ ହଜାରରୁ ଉର୍ଦ୍ଧ ମହିଳାମାନଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ସୁଭଦ୍ରା ବିଷୟରେ ଅନ୍ୟମାନଙ୍କୁ ସଚେତନତା ସୃଷ୍ଟି କରିବା ଓ ନିଜର ଆର୍ଥିକ ସମସ୍ୟାକୁ ସୁଦୃଢ କରି ସଫଳତାର କାର୍ଯ୍ୟ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ସମସ୍ତ ମହିଳା ମାନଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ। ସେହିପରି ମହିଳାମାନଙ୍କ ଅର୍ଥନୈତିକ, ସାମାଜିକ କ୍ଷେତ୍ରରେ ସାମିଲ କରି ଉଚିତ ସମ୍ମାନ ଦେବା ଦେବା ପାଇଁ ମାନ୍ୟବର ବିଧାୟକ ଅଭିଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସ୍ଥାନୀୟ ବିଭିନ୍ନ ଅନୁଷ୍ଠନ ର କଳାକାର ମାନଙ୍କ ଦ୍ବାରା ରଙ୍ଗା ରଙ୍ଗ ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପରେ ପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଅଥିତିମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ଲକର ସିଡିପିଓ ,ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର କର୍ମଚାରୀ ମନୋଜ କୁମାର ପଣ୍ଡା ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବହୁ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ପରେ ପରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପରିସମାପ୍ତି ପରେ ରାଜ୍ଯସ୍ତରୀୟ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇଥିଲା ।

