Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୧୧ର ବୃଦ୍ଧି ପାଇବ ତାପମାତ୍ରା! ରାଜ୍ୟରେ ୪୦ ଡିଗ୍ରି ଛୁଇଁବ ପାରଦ

ଭୁବନେଶ୍ବର ,୯ |୩: ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା । ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ଟିଟିଲାଗଡ଼ର ତାପମାତ୍ରା ୪୦ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବାକୁ ଥିବାବେଳେ ପଶ୍ଚିମ ଓଡ଼ିଶାର ସମସ୍ତ ସହରର ଦିନର ତାପମାତ୍ରା ୩୭ ଡିଗ୍ରିରୁ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି | ସେହିପରି ଆସନ୍ତା ୧୨ ତାରିଖରେ ଟିଟିଲାଗଡ଼ ବ୍ୟତୀତ ବଲାଙ୍ଗୀର, ଭବାନୀପାଟଣା, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ବରଗଡ଼, ନୂଆପଡ଼ା ଆଦି ଜିଲ୍ଲାର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ପର୍ଯ୍ୟନ୍ତ ରହିପାରେ ।

ସେହିପରି ଭୁବନେଶ୍ବର, କଟକ ସମେତ ଉପକୂଳ ଓଡ଼ିଶାର ତାପମାତ୍ରା ମଧ୍ୟ ୩୮ ଡିଗ୍ରି ଛୁଇଁବ ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ ଉତ୍ତର ଓଡ଼ିଶାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ। ମାର୍ଚ୍ଚ ୯ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ୧୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ, ପବନ ଏବଂ ବର୍ଷା ହୋଇପାରେ। ପରବର୍ତ୍ତୀ ୭ ଦିନର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି | ତେବେ ଆଜି ଦିନ ସମୟରେ ଝାରସୁଗୁଡ଼ା ସହରର ସର୍ବୋଚ୍ଚ ତାପମାତ୍ରା ୩୭.୬ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଟିଟିଲାଗଡ଼ରେ ୩୭, ବଲାଙ୍ଗୀରରେ ୩୬.୫, ନୟାଗଡ଼ରେ ୩୬.୨, ଭବାନୀପାଟଣାରେ ୩୬.୧, ସୁନ୍ଦରଗଡ଼‌ ଓ ନୂଆପଡ଼ାରେ ୩୬ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇଛି |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ