Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆନ୍ତର୍ଜାତୀୟ ମହିଳା ଦିବସର ତୃତୀୟ ଦିନରେ “ମାରାଥନ୍ ଦୌଡ଼” ଅନୁଷ୍ଠିତ

ପାରଳାଖେମୁଣ୍ଡି:୯/୩(ଗରୁଡ଼ ଧ୍ଵଜ ଚୌଧୁରୀ) ଓଡ଼ିଶା ସରକାରଙ୍କର କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୦୬ ମାର୍ଚ୍ଚ ଠାରୁ ୦୮ ମାର୍ଚ୍ଚ ପର୍ଯ୍ୟନ୍ତ ଦୀର୍ଘ ତିନିଦିନ ଧରି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଅଛି। ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ତୃତୀୟ ତଥା ଶେଷ ଦିନ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବରେ ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମାଧବ ନନ୍ଦ ନାୟକ,ସହକାରୀ ଜିଲ୍ଲାପାଳ ତଥା ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀଯୁକ୍ତ ତ୍ରିନାଥ ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ପ୍ରକଳ୍ପ ପରିଚାଳକ , ଓଡ଼ିଶା ଜୀବିକା ମିଶନ ଗଜପତି ଶ୍ରୀଯୁକ୍ତ ଟିମନ ବାରା ପ୍ରମୁଖ ମଞ୍ଚାସିନ ଥିଲେ।ଆଜିର ତୃତୀୟ ତଥା ଶେଷ ଦିବସର “ଶକ୍ତିର ଗତି, ରାଷ୍ଟ୍ରର ପ୍ରଗତି” କାର୍ଯ୍ୟକ୍ରମ ଅବସରରେ ଶାରୀରିକ ଫିଟନେସ୍‌ ରଖିବା ସହ ମାରାଥନ୍ ଦୌଡ଼ ମହାରାଜା ରାଜପ୍ରସାଦ ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡ଼ କରାଯାଇଥିଲା। ପରେ ପରେ ଉପସ୍ଥିତ ଥିବା ସମସ୍ତ ମହିଳା ଓ ଛାତ୍ରୀମାନଙ୍କୁ ନିଜର ସୁରକ୍ଷା ନେତୃତ୍ୱ ଉପରେ ସଚେତନତା କରାଯାଇ ଆତ୍ମରକ୍ଷା ପ୍ରଦର୍ଶନ ଏବଂ ତାଲିମ ସମ୍ପର୍କରେ ସଚେତନତା କରାଯାଇଥିଲା। ଆଜିର ତୃତୀୟ ଦିବସ ତଥା ଶେଷଦିନରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀ,ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ,ମହିଳା ପୋଲିସ କର୍ମଚାରୀ,ଏନଜିଓ ଓ ମହିଳା ଖେଳାଳି ଏବଂ ପ୍ରଶିକ୍ଷାର୍ଥୀମାନେ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଶାରିରୀକ କ୍ରୀଡ଼ା ଅଧିକାରୀ ଶ୍ରୀ ସୁରେନ୍ଦ୍ର ପାତ୍ର, ବିଭିନ୍ନ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ଟିମ ଦ୍ୱାରା ବାଲ୍ୟ ବିବାହ ହେବାକୁ ଯାଉଥିବା ଯୁବତୀ ଉଦ୍ଧାର ପାରଳାଖେମୁଣ୍ଡି:୨୮/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଶାଣି ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ, ଏବଂ ଏହାପରେ ସଙ୍ଗେ ସଙ୍ଗେ ଏକ ଦଳ ଗଠନ କରାଯାଇଥିଲା, ଯେଉଁଥିରେ ଗୋଶାଣି ବ୍ଲକ ର ଆସିଡିଏସର ସୁପରଭାଜର, ଡିସିପିୟୁ ର ପରାମର୍ଶଦାତା ,ଚାଇଲ୍ଡ ହେଲ୍ପ ଲାଇନର ସୁପରଭାଇଜର, ସଖୀ କେନ୍ଦ୍ରର ସଦସ୍ୟା, ଆଭା NGOର ସଦସ୍ୟା , ଗାରାବନ୍ଧ ଥାନାର IIC ମିଳିତ ଭାବରେ ଉକ୍ତ ଗ୍ରାମକୁ ଯାଇ ବାଲ୍ୟ ବିବାହ କରିବାକୁ ଥିବା ପରିବାରକୁ ବାଲ୍ୟ ବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ବିଷୟରେ ବୁଝାଇଥିଲେ ଏବଂ ଝିଅଟିର ବୟସ ୧୫ ବର୍ଷ ୫ ମାସ ହୋଇଥିବାରୁ ଝିଅକୁ ଉଦ୍ଧାର କରି ଶିଶୁ କଲ୍ୟାଣ ସମିତି ଗଜପତିଙ୍କ ଠାରେ ଉପସ୍ଥାପନା କରିଥିଲେ ଏବଂ ଶିଶୁ କଲ୍ୟାଣ ସମିତିର ଆଦେଶକ୍ରମେ ଶିଶୁଟିକୁ ଅଧିକ ପରାମର୍ଶସେବା ଯୋଗାଇ ଦେବା ନିମନ୍ତେ ସକ୍ଷୀ one stop centre କୁ ପଠାଯାଇଥିଲା । ଶିଶୁଟିର ଉଜ୍ଜଳ ଭବିଷ୍ୟତ ନିମନ୍ତେ ପରିବାରର ସଦସ୍ୟ ଆଗାମୀ ଦିନରେ ଶିଶୁକୁ ପାଠ ପଢାଇବେ ଏବଂ ବୟସ ନହେବା ପର୍ଯ୍ୟନ୍ତ ଶିଶୁର ବିବାହ କରିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇଥିଲେ । ପୁଣି ଆଗାମୀ ଦିନରେ ଶିଶୁଟିର ଭବିଷ୍ୟତ ପାଇଁ ବାଲ୍ୟ ବିବାହ ନିଷେଧକାରିଣୀ ଅଧିକାରିଣୀ ଝିଅଟିକୁ ପରାମର୍ଶ ଦେବା ସହ ଶିକ୍ଷାକୁ ସୁନିଶ୍ଚିତ କରିବେ ବୋଲି ଜଣାପଢ଼ିଛି.।