Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

କନ୍ଧମାଳ, ତା, ୨୩/୦୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ, ହାତ ଫୁଲିବା ସହ ରକ୍ତହୀନତା ଥିବା ଜଣାପଡିଛି । ବର୍ତ୍ତମାନ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗରେ ରଖି ଚିକିତ୍ସା କରାଯାଉଛି । ସ୍ୱାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ଥିବା ଡାକ୍ତର କହିଛନ୍ତି । ସୂଚନାଯୋଗ୍ୟ, ରବିବାର ସକାଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଖଜୁରୀପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ଅବସ୍ଥା ଗୁରୁତର ହେବାରୁ ଫୁଲବାଣୀ ସ୍ଥାନାନ୍ତର କରାଯାଇଥିଲା। ପୂର୍ଣ୍ଣମାସୀଙ୍କ ବୟସ ଏବେ ୮୨ ବର୍ଷ। ଜଣେ ଆଦିବାସୀ ସନ୍ଥ ଏବଂ ଆଶୁକବି ଭାବେ ଜଣାଶୁଣା ପୂର୍ଣ୍ଣମାସୀଙ୍କୁ ୨୦୨୧ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ତାଡିସରୁ ବାଇ ହିସାବରେ ପରିଚିତ ପୂର୍ଣ୍ଣମାସୀଙ୍କ ରାଜ୍ୟ ତଥା ରାଜ୍ୟ ବାହାରେ ବହୁ ସଂଖ୍ୟାରେ ଅନୁଗାମୀ ରହିଛନ୍ତି । ଜିଲାବାସୀ ତାଙ୍କ ସ୍ବାସ୍ଥ୍ୟ ନେଇ ଉଦବେଗ ପ୍ରକାଶ କରିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ତାଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଆଯାଇ ସ୍ବତନ୍ତ୍ର ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ଦାବି ହେଉଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ