Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୁତ୍ତ; ପୋଲିସର ତଦନ୍ତ ଆରମ୍ଭ

ବାଲେଶ୍ଵର, ୨୪|୩ : ଯୁବକଙ୍କ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୁତ୍ତ | ଆଜି ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି | ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ | ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି ।

ହତ୍ୟାକାଣ୍ଡ ପରେ ସ୍ଥାନୀୟ ଲୋକେ ପ୍ରଥମେ ୧୦୮ ଆମ୍ବୁଲାନ୍ସ ଓ ପୋଲିସକୁ ଖବର ଦେଇଥିଲେ। ୧୦୮ ଆମ୍ବୁଲାନ୍ସ ଦ୍ୱାରା ଉକ୍ତ ଯୁବକଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି | ତେବେ ମୃତ ଯୁବକ ଜଣକ ଯାତ୍ରୀ ନା ସ୍ଥାନୀୟ ଅଞ୍ଚଳର ସେ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

ସୂଚନା ଅନୁସାରେ, ସ୍ଥାନୀୟ ଲୋକେ ରେଲୱେ ଷ୍ଟେସନ ନିକଟସ୍ଥ ଭାସ୍କରଗଞ୍ଚ ସାଇ ମନ୍ଦିର ଗଳି ରାସ୍ତା ଉପରେ ଏକ ମୃତଦେହ ପଡିଥିବାର ଦେଖିବାକୁ ପାଇଥିଲେ। ମୃତକଙ୍କ ବୟସ ପାଖାପାଖି ୪୦ ବର୍ଷ ବୟସ ହେବ ବୋଲି ଅନୁମାନ କରାଯାଉଛି । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ମୃତକର ବେକ, ଛାତି ଓ ପେଟରେ ଧାରୁଆ ଅସ୍ତ୍ରରେ ହଣା ଯାଇଥିବାର ଦାଗ ରହିଛି । ତେବେ ଘଟଣା ସ୍ଥଳରେ ସହଦେବଖୁଣ୍ଟା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ