Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଳବୈଶାଖୀର ପ୍ରଭାବରେ ଏହି ସବୁ ଜିଲ୍ଲାରେ ହୋଇପାରେ ବର୍ଷା!

ଭୁବନେଶ୍ବର,୩୦|୩ : ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଟିଟିଲାଗଡ଼ ସହରରେ ପାରଦ ୪୦.୮ଡିଗ୍ରୀକୁ ବୃଦ୍ଧି ପାଇଛି | ସେହିପରି ଭବାନୀପାଟଣାରେ ୩୯.୮ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରେ ୩୯.୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା । ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ୩୮.୭, ତାଳଚେରରେ ୩୮.୬, ବଲାଙ୍ଗିରରେ ୩୮.୮ ରାଉରକେଲାରେ ୩୮.୨, ସୁନ୍ଦରଗଡ଼ରେ ୩୭.୬, ଅନୁଗୋଳରେ ୩୭.୭, ଚାନ୍ଦବାଲିରେ ୩୬.୭, କଟକରେ ୩୫.୬ ଏବଂ ଭୁବନେଶ୍ବରରେ ୩୫.୯ଡିଗ୍ରୀ ରହିଛି।

ତେବେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି କୌଣସି ପରିବର୍ତ୍ତନ ନ ହୋଇପାରେ | ପରବର୍ତ୍ତୀ ସମୟରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ଦିନର ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି | କିନ୍ତୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ଝଡ଼ବର୍ଷା ହୋଇପାରେ । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖାଯିବାର ସମ୍ଭାବନା ରହିଛି |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ