Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଳବୈଶାଖୀ ପ୍ରଭାବରେ ବର୍ଷା! ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୨|୪: କାଳବୈଶାଖୀ ପ୍ରଭାବରେ ୩ ଜିଲ୍ଲାରେ ହୋଇପାରେ ବର୍ଷା | ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି | ଏହାସହିତ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ହେତୁ ଗୁଳୁଗୁଳି ମଧ୍ୟ ଅଧିକ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ପୁରୀ, ଗଜପତି ଓ ଗଞ୍ଜାମ ଆଦି ଉପକୂଳ ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ଆସନ୍ତାକାଲି ପର୍ଯ୍ୟନ୍ତ ଏ ସବୁ ଜିଲାରେ ଏଭଳି ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ରେକର୍ଡ ହୋଇଛି । ସେହିପରି ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ମଧ୍ୟ ହୋଇପାରେ | ଏଣୁ ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ