Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଣୀପୁର ଶ୍ରୀ ଅରବିନ୍ଦ ଏଜୁକେସନାଲ ଟ୍ରଷ୍ଟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବୀରମହାରାଜପୁର :
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ରାଣୀପୁର ଠାରେ ଥିବା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଏହି ଅନୁଷ୍ଠାନ ସହିତ ଡ କଲାମ ପବ୍ଲିକ ସ୍କୁଲ୍‌ର ଷୋଡ଼ଶ ବାର୍ଷିକ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଉଦ୍ଦେଶ୍ୟରେ ଆୟୋଜିତ ସଭାରେ ବିଦ୍ୟାଳୟର ସଂପାଦକ ମନୋରଞ୍ଜନ ଦାଶ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଡ ହିମାଂଶୁ ପାଢୀ, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ନାଗରିକ ସଂଗଠନ, ବୀରମହାରାଜପୁରର ସଂପାଦକ ଡ ଦ୍ବିତୀକୃଷ୍ଣ ପଣ୍ଡା, ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ଶାଶ୍ବତ ତ୍ରିପାଠୀ ଓ ନାରାୟଣ ଲୁହା, ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ୍ ଧର୍ମ କୁମାର ଶତପଥୀ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ । ପ୍ରାରମ୍ଭରେ ବିଦ୍ୟାଳୟର ଅପା ମିଲି ପଣ୍ଡା ସ୍ୱାଗତ କରିଥିବା ବେଳେ ଶେଷରେ ରୁଦ୍ର ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ସଭା ଶେଷରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଶ୍ରୀରାଜ ବିଶ୍ବାଲ ଓ ମିଲି ପଣ୍ଡା ଏହି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ