Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ।

ପିଲାଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ ନେଇଛନ୍ତି। ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଏବଂ ବେସରକାରୀ ସ୍କୁଲରେ ଖରାଛୁଟି ଆରମ୍ଭ ହେବ। ଗଣଶିକ୍ଷା ବିଭାଗର ଏହି ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି।

ପୂର୍ବରୁ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଥିଲେ। ରାଜସ୍ୱ ମନ୍ତ୍ରୀ ଓ SRCଙ୍କ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ସାମୂହିକ ଛୁଟି ପାଇଁ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପଠାଯାଇଥିଲା। ଅନ୍ୟପଟେ ଜିଲ୍ଲାପାଳମାନେ ମଧ୍ୟ ନିଜ ଜିଲ୍ଲାର ସ୍ଥିତିକୁ ଦେଖି ଉପଯୁକ୍ତ ନିଷ୍ପତ୍ତି ନେଇପାରିବେ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories