Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୨୭/୪(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ନୂଆଗଡ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନନାଗ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ନୁଆଗଡ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୩୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୨୦ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୮ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ,ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ଟିମ ଦ୍ୱାରା ବାଲ୍ୟ ବିବାହ ହେବାକୁ ଯାଉଥିବା ଯୁବତୀ ଉଦ୍ଧାର ପାରଳାଖେମୁଣ୍ଡି:୨୮/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଶାଣି ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ, ଏବଂ ଏହାପରେ ସଙ୍ଗେ ସଙ୍ଗେ ଏକ ଦଳ ଗଠନ କରାଯାଇଥିଲା, ଯେଉଁଥିରେ ଗୋଶାଣି ବ୍ଲକ ର ଆସିଡିଏସର ସୁପରଭାଜର, ଡିସିପିୟୁ ର ପରାମର୍ଶଦାତା ,ଚାଇଲ୍ଡ ହେଲ୍ପ ଲାଇନର ସୁପରଭାଇଜର, ସଖୀ କେନ୍ଦ୍ରର ସଦସ୍ୟା, ଆଭା NGOର ସଦସ୍ୟା , ଗାରାବନ୍ଧ ଥାନାର IIC ମିଳିତ ଭାବରେ ଉକ୍ତ ଗ୍ରାମକୁ ଯାଇ ବାଲ୍ୟ ବିବାହ କରିବାକୁ ଥିବା ପରିବାରକୁ ବାଲ୍ୟ ବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ବିଷୟରେ ବୁଝାଇଥିଲେ ଏବଂ ଝିଅଟିର ବୟସ ୧୫ ବର୍ଷ ୫ ମାସ ହୋଇଥିବାରୁ ଝିଅକୁ ଉଦ୍ଧାର କରି ଶିଶୁ କଲ୍ୟାଣ ସମିତି ଗଜପତିଙ୍କ ଠାରେ ଉପସ୍ଥାପନା କରିଥିଲେ ଏବଂ ଶିଶୁ କଲ୍ୟାଣ ସମିତିର ଆଦେଶକ୍ରମେ ଶିଶୁଟିକୁ ଅଧିକ ପରାମର୍ଶସେବା ଯୋଗାଇ ଦେବା ନିମନ୍ତେ ସକ୍ଷୀ one stop centre କୁ ପଠାଯାଇଥିଲା । ଶିଶୁଟିର ଉଜ୍ଜଳ ଭବିଷ୍ୟତ ନିମନ୍ତେ ପରିବାରର ସଦସ୍ୟ ଆଗାମୀ ଦିନରେ ଶିଶୁକୁ ପାଠ ପଢାଇବେ ଏବଂ ବୟସ ନହେବା ପର୍ଯ୍ୟନ୍ତ ଶିଶୁର ବିବାହ କରିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇଥିଲେ । ପୁଣି ଆଗାମୀ ଦିନରେ ଶିଶୁଟିର ଭବିଷ୍ୟତ ପାଇଁ ବାଲ୍ୟ ବିବାହ ନିଷେଧକାରିଣୀ ଅଧିକାରିଣୀ ଝିଅଟିକୁ ପରାମର୍ଶ ଦେବା ସହ ଶିକ୍ଷାକୁ ସୁନିଶ୍ଚିତ କରିବେ ବୋଲି ଜଣାପଢ଼ିଛି.।