Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଅନଷ୍ଠିତ ଶ୍ରମିକ ଦିବସରେ ଛତା ବଣ୍ଟନ ସହ ଆଇନ ସଚେତନତା କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି:୧/୫(ଗରୁଡ଼ ଧ୍ଵଜ ଚୌଧୁରୀ)ରାଷ୍ଟ୍ର ନିର୍ମାଣର ସର୍ବାଗ୍ରେ ରହୁଥିବା ଶ୍ରମିକମାନଙ୍କ ପାଇଁ ବିଶ୍ୱ ବ୍ୟାପି ପାଳିତ ହେଉଥିବା ଶ୍ରମିକ ଦିବସ ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆର.ଏମ.ସି. କାର୍ଯ୍ୟାଳୟରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଜଜ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ବିମଳ ରାଉଳଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗର ପଦାଧିକାରୀଙ୍କ ମିଳିତ ସହଯୋଗରେ ଏକ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ରାଉଳ ନୂତନ ଶ୍ରମ ଆଇନର ଉପକାରିତା ବିଷୟରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ।ସେହିପରି ଏହି ଅବସରରେ ନିମନ୍ତ୍ରିତ ଅତିଥି ଭାବେ ଜିଲ୍ଲା ନ୍ୟାୟାଳୟର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ଶ୍ରମିକମାନଙ୍କ ପାଇଁ ରହିଥିବା ବିଭିନ୍ନ ସରକାରୀ ବ୍ୟବସ୍ଥା ଓ କ୍ଷତିପୂରଣ ବ୍ୟବସ୍ଥା ଉପରେ ସମସ୍ତଙ୍କୁ ସୂଚନା ଦେବା ସହ ଆଇଜେଏମ୍ ର ମାର୍କଣ୍ଡ ମିଶ୍ର ଉଦ୍ଧାର ହୋଇଥିବା ବେଠି ଶ୍ରମିକର ଦୁର୍ଦ୍ଦଶା ତଥା ସରକାରୀ ସହାୟତା ଉପରେ ବିଶେଷ ଆଲୋକପାତ କରିଥିଲେ। ସେହିପରି ଅନ୍ୟମାନଙ୍କ ମଧ୍ୟରେ ଆର.ଏମ୍. ସି.ର ପୂର୍ବତନ ସଚିବ ରେବତୀ ମୋହନ ରାଉତ, ଟ୍ରାଫିକ ଇନ୍ସପେକ୍ଟର ବାଲ୍ମିକୀ ପ୍ରଧାନ, ମୋଟର ଶ୍ରମିକ ସଂଘର ଅଧ୍ୟକ୍ଷ ନୃସିଂହ ଚରଣ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ଶ୍ରମିକ ଦିବସରେ ନିଜର ବକ୍ତବ୍ୟ ରଖିଥିଲେ। ପରେ ଉପସ୍ଥିତ ଶ୍ରମିକମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯିବା ସହ ଜିଲ୍ଲା ଖଣି ଅଧିକାରୀ ଦିପେନ ପରିଡ଼ାଙ୍କ ସହଯୋଗରେ ଖରା ଦାଉରୁ ରକ୍ଷା ପାଇବା ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ହାତରେ ଉପସ୍ଥିତ ଜନସାଧାରଣଙ୍କୁ ଛତା ବଣ୍ଟନ କରାଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମଚାରୀଙ୍କ ସହଯୋଗରେ ସଫଳତାର ସହ ଶେଷ ହୋଇଥିଲା ଓ ସର୍ବଶେଷରେ ଏ.ପି.ପି. ଏଡ଼ଲା ଶିବ କୁମାର ଏହି କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ଟିମ ଦ୍ୱାରା ବାଲ୍ୟ ବିବାହ ହେବାକୁ ଯାଉଥିବା ଯୁବତୀ ଉଦ୍ଧାର ପାରଳାଖେମୁଣ୍ଡି:୨୮/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଶାଣି ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ, ଏବଂ ଏହାପରେ ସଙ୍ଗେ ସଙ୍ଗେ ଏକ ଦଳ ଗଠନ କରାଯାଇଥିଲା, ଯେଉଁଥିରେ ଗୋଶାଣି ବ୍ଲକ ର ଆସିଡିଏସର ସୁପରଭାଜର, ଡିସିପିୟୁ ର ପରାମର୍ଶଦାତା ,ଚାଇଲ୍ଡ ହେଲ୍ପ ଲାଇନର ସୁପରଭାଇଜର, ସଖୀ କେନ୍ଦ୍ରର ସଦସ୍ୟା, ଆଭା NGOର ସଦସ୍ୟା , ଗାରାବନ୍ଧ ଥାନାର IIC ମିଳିତ ଭାବରେ ଉକ୍ତ ଗ୍ରାମକୁ ଯାଇ ବାଲ୍ୟ ବିବାହ କରିବାକୁ ଥିବା ପରିବାରକୁ ବାଲ୍ୟ ବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ବିଷୟରେ ବୁଝାଇଥିଲେ ଏବଂ ଝିଅଟିର ବୟସ ୧୫ ବର୍ଷ ୫ ମାସ ହୋଇଥିବାରୁ ଝିଅକୁ ଉଦ୍ଧାର କରି ଶିଶୁ କଲ୍ୟାଣ ସମିତି ଗଜପତିଙ୍କ ଠାରେ ଉପସ୍ଥାପନା କରିଥିଲେ ଏବଂ ଶିଶୁ କଲ୍ୟାଣ ସମିତିର ଆଦେଶକ୍ରମେ ଶିଶୁଟିକୁ ଅଧିକ ପରାମର୍ଶସେବା ଯୋଗାଇ ଦେବା ନିମନ୍ତେ ସକ୍ଷୀ one stop centre କୁ ପଠାଯାଇଥିଲା । ଶିଶୁଟିର ଉଜ୍ଜଳ ଭବିଷ୍ୟତ ନିମନ୍ତେ ପରିବାରର ସଦସ୍ୟ ଆଗାମୀ ଦିନରେ ଶିଶୁକୁ ପାଠ ପଢାଇବେ ଏବଂ ବୟସ ନହେବା ପର୍ଯ୍ୟନ୍ତ ଶିଶୁର ବିବାହ କରିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇଥିଲେ । ପୁଣି ଆଗାମୀ ଦିନରେ ଶିଶୁଟିର ଭବିଷ୍ୟତ ପାଇଁ ବାଲ୍ୟ ବିବାହ ନିଷେଧକାରିଣୀ ଅଧିକାରିଣୀ ଝିଅଟିକୁ ପରାମର୍ଶ ଦେବା ସହ ଶିକ୍ଷାକୁ ସୁନିଶ୍ଚିତ କରିବେ ବୋଲି ଜଣାପଢ଼ିଛି.।