Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାର ପାର୍ତଡା ଗ୍ରାମରେ ବଜ୍ରପାତରେ ୩ ଗୋରୁ ମୃତ

ପାରଳାଖେମୁଣ୍ଡି:୧/୫(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ପାର୍ତଡା ଗ୍ରାମରେ ର ବଜ୍ରପାତରେ ୩ ଗୋରୁ ମୃତ ଗୋଟିଏ ଆହତ। ସୂଚନା ପ୍ରକାରେ ପାର୍ତ୍ତଡା ଗ୍ରାମର ତିମୟ ଭୂୟାଁଙ୍କ ୩ ଗୋଟି ବଳଦ ବଜ୍ରପାତରେ ଗୁହାଳରେ ମୃତ୍ୟୁବରଣ କରିଛନ୍ତି ଓ ଗୋଟିଏ ବଳଦ ଗୁରୁତର ଆହତ ହୋଇଛି। ମାରିଥିବା ବଳଦର ଆନୁମାନିକ ଦର ପ୍ରାୟ ୮୦ ହଜାର ହେବବୋଲି ଆକଳନ କରିଛନ୍ତି। ଖବର ପାଇ କାଶୀନଗର ବି. ଭି. ଓ ଡ଼ଃକାଁହୁ ଚରଣ ସାହୁ,ବି ଏ. ଏସ ଆକାଶ କୁମାର ପଣ୍ଡା ଓ ଏଲ. ଆଇ ଗୋବିନ୍ଦ ପ୍ରଧାନ ଘଟଣା ସ୍ଥଳରେ ପହଂଚି ସ୍ଥିତି ଅନୁଧ୍ୟାନ କରି ତିନିଗୋଟି ଗୋରୁକୁ ବ୍ୟବଚ୍ଛେଦ କରିଥିବା ଜଣାପଡିଛି। ତିମୟ ଭୂୟାଁ ନିତାନ୍ତ ଗରିବ ହୋଇଥିବା ହେତୁ କ୍ଷତିପୂରଣ ଦେବା ନିମନ୍ତେ ସରକାରଙ୍କୁ ଗୁହାରି କରିଛନ୍ତି

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ଟିମ ଦ୍ୱାରା ବାଲ୍ୟ ବିବାହ ହେବାକୁ ଯାଉଥିବା ଯୁବତୀ ଉଦ୍ଧାର ପାରଳାଖେମୁଣ୍ଡି:୨୮/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ବୈଶାଳୀ ପଟ୍ଟନାୟକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଲେ ଯେ, ଗଜପତି ଜିଲ୍ଲା ଗୋଶାଣି ବ୍ଲକର ଗାରବନ୍ଧ ଗ୍ରାମରେ ଏକ ବାଲ୍ୟ ବିବାହ ହେବାକୁ ଯାଉଅଛି, ଏହି ଖବର ପାଇବା ପରେ ତତକ୍ଷଣାତ ଚାଇଲ୍ଡ ହେଲ୍ପ ଲାଇନର ପ୍ରକଳ୍ପ ସଂଯୋଜିକା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଜଣାଇଥିଲେ, ଏବଂ ଏହାପରେ ସଙ୍ଗେ ସଙ୍ଗେ ଏକ ଦଳ ଗଠନ କରାଯାଇଥିଲା, ଯେଉଁଥିରେ ଗୋଶାଣି ବ୍ଲକ ର ଆସିଡିଏସର ସୁପରଭାଜର, ଡିସିପିୟୁ ର ପରାମର୍ଶଦାତା ,ଚାଇଲ୍ଡ ହେଲ୍ପ ଲାଇନର ସୁପରଭାଇଜର, ସଖୀ କେନ୍ଦ୍ରର ସଦସ୍ୟା, ଆଭା NGOର ସଦସ୍ୟା , ଗାରାବନ୍ଧ ଥାନାର IIC ମିଳିତ ଭାବରେ ଉକ୍ତ ଗ୍ରାମକୁ ଯାଇ ବାଲ୍ୟ ବିବାହ କରିବାକୁ ଥିବା ପରିବାରକୁ ବାଲ୍ୟ ବିବାହ ନିରୋଧ ଆଇନ ଓ ତାର ଦଣ୍ଡ ବିଧାନ ବିଷୟରେ ବୁଝାଇଥିଲେ ଏବଂ ଝିଅଟିର ବୟସ ୧୫ ବର୍ଷ ୫ ମାସ ହୋଇଥିବାରୁ ଝିଅକୁ ଉଦ୍ଧାର କରି ଶିଶୁ କଲ୍ୟାଣ ସମିତି ଗଜପତିଙ୍କ ଠାରେ ଉପସ୍ଥାପନା କରିଥିଲେ ଏବଂ ଶିଶୁ କଲ୍ୟାଣ ସମିତିର ଆଦେଶକ୍ରମେ ଶିଶୁଟିକୁ ଅଧିକ ପରାମର୍ଶସେବା ଯୋଗାଇ ଦେବା ନିମନ୍ତେ ସକ୍ଷୀ one stop centre କୁ ପଠାଯାଇଥିଲା । ଶିଶୁଟିର ଉଜ୍ଜଳ ଭବିଷ୍ୟତ ନିମନ୍ତେ ପରିବାରର ସଦସ୍ୟ ଆଗାମୀ ଦିନରେ ଶିଶୁକୁ ପାଠ ପଢାଇବେ ଏବଂ ବୟସ ନହେବା ପର୍ଯ୍ୟନ୍ତ ଶିଶୁର ବିବାହ କରିବେ ନାହିଁ ବୋଲି ଲିଖିତ ଭାବେ ଦରଖାସ୍ତ ଦେଇଥିଲେ । ପୁଣି ଆଗାମୀ ଦିନରେ ଶିଶୁଟିର ଭବିଷ୍ୟତ ପାଇଁ ବାଲ୍ୟ ବିବାହ ନିଷେଧକାରିଣୀ ଅଧିକାରିଣୀ ଝିଅଟିକୁ ପରାମର୍ଶ ଦେବା ସହ ଶିକ୍ଷାକୁ ସୁନିଶ୍ଚିତ କରିବେ ବୋଲି ଜଣାପଢ଼ିଛି.।