ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ


ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ପ୍ଲସ ଟୁ ରେଜଲ୍ଟ। ଏନେଇ ସିଏଚଏସିସି ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ତଥା ୩୧ ତାରିଖ କେବଳ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ।

ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହୋଇଥିଲା ଯୁକ୍ତ ଦୁଇ ପରୀକ୍ଷା। ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା । ସେହିପରି ଏପ୍ରିଲ୍ ୧୦ ତାରିଖରେ ଯୁକ୍ତ ଦୁଇ ପିଲାଙ୍କ ଖାତା ଦେଖା ଆରମ୍ଭ ହୋଇଥିଲା । ଅନ୍ୟପଟେ ଯୁକ୍ତଦୁଇ ପ୍ରଥମ ବର୍ଷ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି ।