Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ରାଜେନ୍ଦ୍ରାଭିଷେକ ନୀତି

ପୁରୀ: ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ସଂଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ। ଶ୍ରୀମନ୍ଦିର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମାହନ ଭିତରକୁ ଅନ୍ଧାର କରାଯିବ। ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ ।

ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଶେଷ ହେବା ପରେ ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ,ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।

ସେପଟେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଲାଗି ‌ଜୋରସୋରରେ ଚାଲିଛି ପ୍ରସ୍ତୁତି। ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ଶ୍ରୀଗୁଣ୍ଡିଚା, ବାହୁଡ଼ା, ସୁନାବେଶ, ଅଧରପଣା ଭୋଗ ଏବଂ ନୀଳାଦ୍ରି ବିଜେ ପାଇଁ ଛତିଶା ନିଯୋଗ ପ୍ରସ୍ତୁତ ନୀତି ନିର୍ଘଣ୍ଟ ଅନୁମୋଦନ କରାଯାଇଛି । ଜୁନ୍‌ ୨୦ରେ ଅନୁଷ୍ଠିତ ହେବ ରଥଯାତ୍ରା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ